Posted inଜାତୀୟ

ବିଶ୍ୱ ଜନସଂଖ୍ୟା ଦିବସ: ୮ ବର୍ଷ ପରେ ଭାରତରେ ଦେଖାଯିବ ଜଳ ସଙ୍କଟ

ନୂଆଦିଲ୍ଲୀ,୧୧।୭: ସାରା ବିଶ୍ୱ ଜୁଲାଇ ୧୧କୁ ବିଶ୍ୱ ଜନସଂଖ୍ୟା ଦିବସ ଭାବେ ପାଳନ କରୁଛି। ପ୍ରଥମେ ଏହା ୧୯୮୯ରେ ଜାତିସଂଘ ବିକାଶ କାର୍ଯ୍ୟକ୍ରମର ଗର୍ଭନିଂ କାଉନସିଲ୍‌ ଦ୍ୱାରା ଆରମ୍ଭ କରାଯାଇଥିଲା। କୁହାଯାଏ ଜୁଲାଇ ୧୧ ୧୯୮୭ରେ ବିଶ୍ୱର ଜନସଂଖ୍ୟା ୫ଶହ କୋଟି ହୋଇ ଯାଇଥିଲା। ଏହାପରେ ଲୋକଙ୍କ ମଧ୍ୟରେ ଜନସଂଖ୍ୟାକୁ ନେଇ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି। ତେବେ ବିଶ୍ୱ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଥିଲା ଜନସଂଖ୍ୟା ବୃଦ୍ଧି। ଜାତିସଂଘର ଏକ ରିପୋର୍ଟ ଅନୁଯାୟୀ କିଛି ଦେଶର ଜନସଂଖ୍ୟା ଏପରି ବୃଦ୍ଧି ପାଇଥିଲା ଯେ ଯାହା ଖୁବ୍‌ଶୀଘ୍ର ୧୦ ଅରବ ଅତିକ୍ରମ କରିବା ଅନୁମାନ କରାଯାଇଥିଲା। ଏବେ ବିଶ୍ୱର ଜନସଂଖ୍ୟା ୭.୭ ଅରବରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ୧୦ ଅରବ ପହଞ୍ଚିବାକୁ ବେଶି ସମୟ ଲାଗିବ ନାହିଁ ବୋଲି କୁହାଯାଉଛି। ଅନ୍ୟପଟେ ଭାରତ କଥା ଯଦି ବିଚାରକୁ ନିଆଯାଏ ତେବେ ୧୯୫୧ରେ ଭାରତର ଜନସଂଖ୍ୟା ୩୬ କୋଟି ଥିବା ବେଳେ ଏବେ ଏହା ୧୩୩ କୋଟିର ପହଞ୍ଚିଲାଣି। ୨୦୧୭ ବେଳକୁ ଏହା ଚାଇନାକୁ ପଛରେ ପକାଇ ବିଶ୍ୱର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ ହେବ ବୋଲି କୁହାଯାଉଛି। ଆଉ ଏପରି ହେଲେ ଭାରତରେ ଆର୍ଥିକ ସମସ୍ୟାଠାରୁ ଆରମ୍ଭ କରି ବିଭିନ୍ନ ସମସ୍ୟା ଦେଖାଦେବ। ଯେମିତିକି ଖାଦ୍ୟ ସମସ୍ୟା ଓ ପାଣି ସମସ୍ୟା ଉତ୍କଟ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri