Posted inଖେଳ

ବିଶ୍ୱ ଟାଇଟଲ ବଜାୟ ରଖିଲେ ଗୁର୍ଜାର

ଦୁବାଇ, ୧୧ା୧୧ (ପି.ଟି.)-ଭାରତର ସୁନ୍ଦର ସିଂ ଗୁର୍ଜାର ପୁରୁଷ ଏଫ୍‌୪୬ ଜାଭେଲିନ୍‌ ଥ୍ରୋ ଇଭେଣ୍ଟରେ ବିଶ୍ୱ ପାରା ଆଥଲେଟିକ୍ସ ଟାଇଟଲ ବଜାୟ ରଖିଛନ୍ତି। ଏଥିସହିତ ସେ ଟୋକିଓ ଅଲିମ୍ପିକ୍‌ ଗେମ୍ସ କୋଟା ହାସଲ କରିପାରିଛନ୍ତି। ଶ୍ରୀଲଙ୍କାର ଦୀନେଶ ପି. ହେରାଥ୍‌ (୬୦.୫୯ ମିଟର) ଦ୍ୱିତୀୟ ହୋଇଛନ୍ତି। ଭାରତର ଅଜିତ୍‌ ସିଂ ବ୍ରୋଞ୍ଜ ପଦକ ଜିତିଛନ୍ତି। ଗୁର୍ଜାର ସିଜନର ଶ୍ରେଷ୍ଠ ପ୍ରଦର୍ଶନ ସହ ଶ୍ରେଷ୍ଠ ପ୍ରଚେଷ୍ଟା ‘୬୧.୨୨ ମିଟର ସହ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଅଜିତ୍‌ ସିଂ ୫୯.୪୬ ମିଟର ଦୂର ଜାଭେଲିନ୍‌ ଫିଙ୍ଗିବା ବ୍ରୋଞ୍ଜ ପଦକ ଲାଭ କରିଛନ୍ତି। ରିଙ୍କୁ ଚତୁର୍ଥ ସ୍ଥାନରେ ରହିଥିଲେ। ଏହି ଦୁଇଜଣ ମଧ୍ୟ ଅଲିମ୍ପିକ କୋଟା ହାସଲ କରିଛନ୍ତି। ଇଣ୍ଟରନ୍ୟାନାଲ ପାରା ଅଲିମ୍ପିକ ନିୟମାନୁସାରେ ୨୦୧୯ ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ୪ ର଼୍ୟାଙ୍କିଙ୍ଗପ୍ରାପ୍ତ ଆଥଲେଟ୍‌ ଟୋକିଓ ୨୦୨୦ ପାରା ଅଲିମ୍ପିକ ପ୍ରୋଗ୍ରାମ୍‌ (ମାରାଥନକୁ ବାଦ୍‌ ଦେଇ) ସେମାନଙ୍କ ଦେଶ ତରଫରୁ ପ୍ରତିନିଧିତ୍ୱ ଯୋଗ୍ୟତା ଅର୍ଜନ କରିବେ। ୨୩ ବର୍ଷୀୟ ଗୁର୍ଜାର ୨୦୧୭ ଲଣ୍ଡନ ବିଶ୍ୱ ଟାଇଟଲ ବଜାୟ ରଖିବା ସହ ଦୁଇ ଥର ବିଶ୍ୱ ଚାମ୍ପିୟନଶିପ୍‌ ପଦକ ଜିତିବାରେ ଦ୍ୱିତୀୟ ଭାରତୀୟ ହୋଇ ପାରିଛନ୍ତି। ପୂର୍ବରୁ ଦେବେନ୍ଦ୍ର ଝାଝାରିଆ ଯଥାକ୍ରମେ ୨୦୧୩ ଲିଅନ ଏବଂ ୨୦୧୫ ଦୋହା ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଏବଂ ରୌପ୍ୟ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?