Posted inଖେଳ

ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ :କ୍ୱାର୍ଟର ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି)-
ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବଲ୍ୟୁଏଫ) ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି ପ୍ରତିଯୋଗିତାର ସିଙ୍ଗଲ୍ସ ପ୍ରି-କ୍ୱାର୍ଟରରେ ପ୍ରମୋଦ ଚାଇନାର ଚେନ୍‌ ଚେନ୍‌ ଜିଆଓୟୁଙ୍କୁ ୨୧-୧୫, ୨୧-୧୨ ପଏଣ୍ଟରେ ପରାସ୍ତ କରିଛନ୍ତି। କ୍ୱାର୍ଟର ଫାଇନାଲରେ ସେ ଭାରତର ଅନ୍ୟତମ ଖେଳାଳି ବିକ୍ରମ କୁମାରଙ୍କୁ ଭେଟିବେ। ପ୍ରତିଦ୍ୱନ୍ଦ୍ୱୀ କେନିୟା ଖେଳାଳି ଓହରି ଯିବାରୁ ସିଙ୍ଗଲ୍ସର ପ୍ରଥମ ମ୍ୟାଚରେ ଓ୍ବାକଓଭର ପାଇ ପ୍ରମୋଦ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଥିଲେ। ଦ୍ୱିତୀୟ ମ୍ୟାଚରେ ସେ ଥାଇଲାଣ୍ଡର ମଙ୍କୁନ୍‌ ଭୁସୁନଙ୍କୁ ୨୬-୨୪, ୨୧-୧୭ରେ ହରାଇ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ। ସିଙ୍ଗଲ୍ସ ପରି ଡବଲ୍ସରେ ମଧ୍ୟ ପ୍ରମୋଦ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ମନୋଜ ସରକାରଙ୍କୁ ସାଥିକରି ଖେଳିଥିବା ପ୍ରମୋଦ ଇଂଲଣ୍ଡ-ସ୍କଟଲାଣ୍ଡ ଯୋଡ଼ି ଆନ୍ଥୋନୀ ଫରେଷ୍ଟର ଓ କଲିନ ଲେସ୍କିଙ୍କୁ ପରାସ୍ତ କରିଛନ୍ତି। କ୍ୱାର୍ଟର ଫାଇନାଲରେ ଭାରତୀୟ ଯୋଡ଼ି ଜର୍ମାନୀର ନିକୋଲସ ପୋଟ୍‌ ଓ ପାସଲ ଓ୍ବଲଟରଙ୍କୁ ଭେଟିବେ। ପ୍ରକାଶ ଯୋଗ୍ୟ ଯେ, ଚଳିତବର୍ଷ ବ୍ୟାଡ୍‌ମିଣ୍ଟନ ଓ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌କୁ ଏକସଙ୍ଗେ ଗୋଟିଏ ସ୍ଥାନରେ ଆୟୋଜନ କରାଯାଇଛି। ଏଥିରେ ଭାରତ ପକ୍ଷରୁ ୨୨ ବ୍ୟାଡ୍‌ମିଣ୍ଟନ ଓ ୨୪ ପାରାବ୍ୟାଡ୍‌ମିଣ୍ଟନ ଖେଳାଳି ଭାଗ ନେଇଛନ୍ତି। ଓଡ଼ିଶାର ଏକମାତ୍ର ଖେଳାଳିଭାବେ ପ୍ରମୋଦ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। ପ୍ରତି ୨ ବର୍ଷରେ ହେଉଥିବା ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ୨୦୧୭ ସଂସ୍କରଣରେ ପ୍ରମୋଦ ସେମିଫାଇନାଲରେ ପରାଜିତ ହୋଇ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହେବେ। ଏଥର ଯଦି ପ୍ରମୋଦ ଚାମ୍ପିୟନ ହୁଅନ୍ତି ତେବେ ୨୦୨୦ ଅଲିମ୍ପିକ୍ସ ପାଇଁ ଦାବିଦାରି ଦୃଢ଼ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri