Posted inଖେଳ

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌: ଅମିତଙ୍କୁ ରୌପ୍ୟ ପଦକ

ଏକଟେରିନବର୍ଗ(ରୁଷିଆ), ୨୨।୯(ପି.ଟି.)-
ପ୍ରଥମ ଭାରତୀୟ ବକ୍ସରଭାବେ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଥିବା ଅମିତ ପଙ୍ଘାଲ ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ସେ ୫୨ କେଜି ଫାଇନାଲରେ ଅଲିମ୍ପିକ୍‌ ଚାମ୍ପିୟନ ଉଜ୍‌ବେକିସ୍ତାନର ଶାଖୋବିଦିନ ଜୋଇରୋଭଙ୍କଠାରୁ ହାରି ଯାଇଛନ୍ତି। ଜୋଇରୋଭ ଅଭିଜ୍ଞତାର ଉପଯୋଗ କରି ଅମିତଙ୍କୁ ୫-୦ରେ ପରାସ୍ତ କରିଥିଲେ। ତେବେ ସେ ଭାରତର ପ୍ରଥମ ବକ୍ସରଭାବେ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତି ବଡ଼ ସଫଳତା ପାଇଛନ୍ତି। ଅନ୍ୟତମ ଭାରତୀୟ ମନୀଷ କୌଶିକ ୬୩ କେଜି ବିଭାଗର ସେମିଫାଇନାଲରେ ହାରି ବ୍ରୋଞ୍ଜ ପଦକ ପାଇଛନ୍ତି। ପ୍ରତିପକ୍ଷ ଡେଙ୍ଗା ଏବଂ ଶକ୍ତିଶାଳୀ ପ୍ରତିଯୋଗୀଙ୍କ ବିପକ୍ଷରେ ପଙ୍ଘାଲ ବହୁ ଚେଷ୍ଟା କରିଥିଲେ ହେଁ ଉପଯୁକ୍ତ ସ୍ଥାନରେ ପଞ୍ଚ୍‌ ମାରିବାରେ ବିଫଳ ହୋଇଥିଲେ। ଫଳରେ ଏହି ଏସିଆନ ଗେମ୍ସ ଏବଂ ଏସିଆନ ଚାମ୍ପିୟନଶିପ୍‌ ଗୋଲ୍ଡ ମେଡାଲିଷ୍ଟ ଐତିହାସିକ ସଫଳତାରୁ ବଞ୍ଚତ୍ତ ହୋଇଥିଲେ। ତେବେ ଏହି ରୌପ୍ୟ ପଦକ ତାଙ୍କ କ୍ୟାରିୟରର ସବୁଠାରୁ ବଡ଼ ସଫଳତା ବୋଲି ପରିଗଣିତ ହେଉଛି। ୨୦୧୭ ଏସିଆନ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ଜିତିବା ପରଠାରୁ ଏହି ରୋହତକ ବକ୍ସରଙ୍କୁ ରୋକିବା ପ୍ରତିପକ୍ଷଙ୍କ ପାଇଁ କଷ୍ଟକର ହୋଇ ପଡ଼ିଥିଲା। ଏହା ପୂର୍ବରୁ କୌଣସି ଭାରତୀୟ ବକ୍ସର କେହେଲେ ବିଶ୍ୱ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତି ନ ଥିଲେ। ଅତୀତରେ ଏହି ମେଗା ଇଭେଣ୍ଟରେ ବିଜେନ୍ଦର ସିଂ(୨୦୦୯), ବିକାଶ କ୍ରିଷ୍ଣନ(୨୦୧୧), ଶିବା ଥାପା(୨୦୧୫) ଓ ଗୌରବ ବିଧୁରୀ(୨୦୧୭)ରେ ବ୍ରୋଞ୍ଜ ପଦକ ଜିତିବାକୁ ସକ୍ଷମ ହୋଇଥିଲେ। ଏଥର ପ୍ରତିଯୋଗିତାରେ ଭାଗ ନେଇଥିବା ୭୮ଟି ଦେଶ ମଧ୍ୟରୁ ୯ଟି ଦେଶର ପ୍ରତିଯୋଗୀ ଫାଇନାଲରେ ପ୍ରବେଶ କରିଥିଲ ଏବଂ ଏଥିରେ ଭାରତ ଅନ୍ୟତମ ଦେଶ ଥିଲା। ଉଜ୍‌ବେକିସ୍ତାନରୁ ସର୍ବାଧିକ ୪ ବକ୍ସର ଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri