Posted inଖେଳ

ବିଶ୍ୱ ବ୍ୟାଡ୍‌ମିଣ୍ଟନ ର଼୍ୟାଙ୍କିଙ୍ଗ୍‌: ଟପ୍‌-୧୦ରେ ସାଇ ପ୍ରଣୀଥ

ନୂଆଦିଲ୍ଲୀ, ୧୩।୧୧(ପି.ଟି.)-ମଙ୍ଗଳବାର ପ୍ରକାଶିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ର଼୍ୟାଙ୍କିଙ୍ଗ୍‌ର ପୁରୁଷ ସିଙ୍ଗଲ୍ସ ଟପ୍‌-୧୦ରେ ସ୍ଥାନ ପାଇଛନ୍ତି ଭାରତର ବି. ସାଇ ପ୍ରଣୀଥ। ସେ ପୂର୍ବ ର଼୍ୟାଙ୍କିଙ୍ଗ୍‌ଠାରୁ ଗୋଟିଏ ପାହାଚ ଉପରକୁ ଉଠି ୧୦ମ ସ୍ଥାନ ଅଧିକାର କରିଛନ୍ତି। ତେବେ କିଡାମ୍ବି ଶ୍ରୀକାନ୍ତ ୩ଟି ସ୍ଥାନ ତଳକୁ ଖସି ୧୩ରେ ପହଞ୍ଚତ୍ଛନ୍ତି। ଗତ ଅଗଷ୍ଟରେ ଅନୁଷ୍ଠିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ପ୍ରଣୀଥ୍‌ ବ୍ରୋଞ୍ଜ ପଦକ ପାଇଥିଲେ। ଅନ୍ୟତମ ଭାରତୀୟ ସମୀର ବର୍ମା ଗୋଟିଏ ପାଦ ଉପରକୁ ଉଠି ୧୬ତମ ସ୍ଥାନରେ ପହଞ୍ଚତ୍ ଯାଇଛନ୍ତି। ଜାପାନର କେନ୍‌ତୋ ମୋମୋତା ଏହି ତାଲିକାର ଶୀର୍ଷସ୍ଥାନ ଅଧିକାର କରିଛନ୍ତି। ମହିଳା ସିଙ୍ଗଲ୍ସ ର଼୍ୟାଙ୍କିଙ୍ଗ୍‌ରେ ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲ ଯଥାକ୍ରମେ ୬ଷ୍ଠ ଓ ୯ମ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ପୁରୁଷ ଡବଲ୍ସରେ ସ୍ବସ୍ତିକ ସାଇରାଜ ରାନ୍‌କି ରେଡ୍ଡୀ ଓ ଚିରାଗ ସେଟ୍ଟି ୭ମ ସ୍ଥାନକୁ ଉଠିଛନ୍ତି। ସେମାନେ ପୂର୍ବ ର଼୍ୟାଙ୍କିଙ୍ଗ୍‌ରେ ୯ମ ସ୍ଥାନରେ ଥିଲେ। ଏହି ଭାରତୀୟ ଯୋଡ଼ି ନିକଟ ଅତୀତରେ ଭଲ ପ୍ରଦର୍ଶନ କରି ତା’ର ପୁରସ୍କାର ପାଇଛନ୍ତି। ଗତ ଅକ୍ଟୋବରରେ ଆୟୋଜିତ ଫ୍ରେଞ୍ଚ୍‌ ଓପନ ବ୍ୟାଡ୍‌ମିଣ୍ଟନର ଫାଇନାଲରେ ପ୍ରବେଶ କରିଥିବାବେଳେ ନିକଟରେ ଅନୁଷ୍ଠିତ ଚାଇନା ଓପନରେ ସେମିଫାଇନାଲରେ ପରାଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri