Posted inଖେଳ

ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ :ଭାରତୀୟ ଦଳରେ ଓଡ଼ିଶାର ଝିଲ୍ଲୀ, ସ୍ନେହା

ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ଥାଇଲାଣ୍ଡର ପଟ୍ଟାୟାଠାରେ ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ଚଳିତମାସ ୧୮ରୁ ୨୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୨୦୨୦ ଟୋକିଓ ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟ ଇଭେଣ୍ଟଭାବେ ବିବେଚିତ ହେଉଥିବା ଏହି ପ୍ରତିଯୋଗିତା ପାଇଁ ସୋମବାର ଘୋଷିତ ଭାରତୀୟ ମହିଳା ଦଳରେ ଓଡ଼ିଶାର ଝିଲ୍ଲୀ ଦଳବେହେରା ଓ ସ୍ନେହା ସୋରେନ ସ୍ଥାନ ପାଇଛନ୍ତି। ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିବା ଝିଲ୍ଲୀ ୪୫ କେଜି ଓ ସ୍ନେହା ୫୫ କେଜି ବିଭାଗରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ମହିଳା ଦଳରେ ସ୍ଥାନ ପାଇଥିବା ଅନ୍ୟ ଭାରୋତ୍ତୋଳିକାମାନେ ହେଲେ ପୂର୍ବତନ ଚାମ୍ପିୟନ ମୀରାବାଇ ଚାନୁ(୪୯ କେଜି) ଓ ରାଖି ହାଲଦାର(୬୪ କେଜି)। ପୁରୁଷ ବିଭାଗରେ ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପ୍‌ ଗୋଲ୍ଡ ମେଡାଲିଷ୍ଟ ଅଜୟ ସିଂ(୮୧ କେଜି), ଜାତୀୟ ଚାମ୍ପିୟନ ଅଚିନ୍ତ ଶେଉଲି(୭୩) ଓ ଜେରେମି ଲାଲରିନୁଙ୍ଗା ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଭାରତୀୟ ଦଳରେ ସ୍ଥାନ ପାଇଥିବା ୭ ଜଣଯାକ ପ୍ରତିଯୋଗୀ ଏବେ ଥାଇଲାଣ୍ଡରେ ଟ୍ରେନିଂ ନେଉଛନ୍ତି।
ମୟୂରଭଞ୍ଜର ସ୍ନେହା ଚଳିତବର୍ଷ ଜାନୁୟାରୀ ୧୦ରେ ପୁଣେରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ୪୯ କେଜି କାଟେଗୋରିର ୨୧ ବର୍ଷରୁ କମ୍‌ ବାଳିକା ବର୍ଗରେ ସ୍ବର୍ଣ୍ଣ ପଦକ ଜିତି ଚର୍ଚ୍ଚାକୁ ଆସିଥିଲେ। ୨୦୧୮ରେ ବିଶାଖାପଟନମରେ ଅନୁଷ୍ଠିତ ଜାତୀୟ ସବ୍‌ଜୁନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ୩ ରୌପ୍ୟ ଏବଂ ନୂଆଦିଲ୍ଲୀରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ସ୍କୁଲ ଗେମ୍ସରେ ରୌପ୍ୟ ପଦକ ପାଇଥିଲେ। ୨୦୧୮ ଏପ୍ରିଲ ୨୦ରୁ ୩୦ ପର୍ଯ୍ୟନ୍ତ ଉଜବେକିସ୍ତାନରେ ଅନୁଷ୍ଠିତ ଏସିଆନ ଜୁନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ସେ ବ୍ରୋଞ୍ଜ ପଦକ ଲାଭ କରିଥିଲେ। ୨୦୧୭ରେ ଗୋଲ୍ଡକୋଷ୍ଟରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ମହିଳା ୪୮ କେଜିରେ ସେ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ଖୋର୍ଦ୍ଧାର ଝିଲ୍ଲୀ ରାଜ୍ୟ ଏବଂ ଜାତୀୟ ସ୍ତରରେ ଅନେକ ସଫଳତାପରେ ଅନ୍ତର୍ଜାତୀୟ ସ୍ତରରେ ପ୍ରଭାବୀ ପ୍ରଦର୍ଶନ ପାଇଁ ଭାରତୀୟ ଦଳର ନିୟମିତ ସଦସ୍ୟ ପାଲଟି ଯାଇଛନ୍ତି। ଅନ୍ତର୍ଜାତୀୟ ଇଭେଣ୍ଟ ମଧ୍ୟରେ ସେ ୨୦୧୬ ମାଲେସିଆ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନରେ ରୌପ୍ୟ, ୨୦୧୭ରେ ଅଷ୍ଟ୍ରେଲିଆର ଗୋଲ୍ଡକୋଷ୍ଟରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନରେ ୨ ସ୍ବର୍ଣ୍ଣ, ୨୦୧୮ରେ ଉଜ୍‌ବେକିସ୍ତାନରେ ଅନୁଷ୍ଠିତ ଏସିଆନ ଜୁନିୟର ଭାରୋତ୍ତୋଳନରେ ରୌପ୍ୟ, ସେହିବର୍ଷ ଉଜବେକିସ୍ତାନରେ ଅନୁଷ୍ଠିତ ବିଶ୍ୱ ଜୁନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ଏବଂ ୨୦୧୯ ଏପ୍ରିଲରେ ଚାଇନାରେ ଅନୁଷ୍ଠିତ ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ୪୫ କେଜି ବର୍ଗରେ ରୌପ୍ୟ ପଦକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri