Posted inଖେଳ

ବିଶ୍ୱ ମାର୍ଶାଲ ଆର୍ଟ ମାଷ୍ଟରଶିପ୍‌ ପ୍ରତିଯୋଗିତା :ଜୁଜୁଟ୍‌ସୁ କଣ୍ଟାକ୍ଟରେ ଅନୁପମାଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୩।୯(କ୍ରୀଡ଼ା ପ୍ରତିନିଧି)-
ଦକ୍ଷିଣ କୋରିଆର ଚୁଙ୍ଗଜୁଠାରେ ଚାଲିଥିବା ବିଶ୍ୱ ମାର୍ଶାଲ ଆର୍ଟ ମାଷ୍ଟରଶିପ୍‌ ପ୍ରତିଯୋଗିତାରେ ଭାରତରୁ ଏକମାତ୍ର ଏଲାଇଟ ଖେଳାଳିଭାବେ ଅଂଶଗ୍ରହଣ କରିଥିବା ଉତ୍କଳ କରାଟେ ସ୍କୁଲର ଅନୁପମା ସ୍ବାଇଁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେ ପ୍ରତିଯୋଗିତାର ଜୁଜୁଟ୍‌ସୁ କଣ୍ଟାକ୍ଟ ବିଭାଗରେ ଏହି ସଫଳତା ପାଇଛନ୍ତି। ଅନୁପମା ଜୁଜୁଟ୍‌ସୁ ନଓ୍ବୋଜା ବିଭାଗରେ ମଧ୍ୟ ଚମତ୍କାର ପ୍ରଦର୍ଶନ କରିଥିଲେ। ତେବେ ପଦକ ହାସଲରୁ ଅଳ୍ପକେ ବଞ୍ଚତ୍ତ ହୋଇଥିଲେ। ବିଶ୍ୱ ସଂଘଦ୍ୱାରା ଅନୁପମାଙ୍କୁ ବିଶ୍ୱର ଜଣେ ଏଲାଇଟ ଖେଳାଳିଭାବେ ସ୍ବିକୃତି ମିଳିଥିବାରୁ ତାଙ୍କର ସମସ୍ତ ଖର୍ଚ୍ଚ ଓ୍ବାଲର୍‌ଡ ମାର୍ଶାଲ ଆର୍ଟ ମାଷ୍ଟରଶିପ୍‌ ଆୟୋଜକ କମିଟି ବହନ କରୁଛି। ଓଡ଼ିଶା ପୋଲିସରେ କାର୍ଯ୍ୟରତ ଅନୁପମା ଜଣେ ଅନ୍ତର୍ଜାତୀୟ କରାଟେ ଖେଳାଳି ହେବା ସହ ଶକ୍ତିଉତ୍ତୋଳନରେ ଏସିଆ ଚାମ୍ପିୟନ, ଜୁଜୁଟ୍‌ସୁରେ ବିଶ୍ୱମାନ୍ୟତାପ୍ରାପ୍ତ ଥାଇଲାଣ୍ଡ ଓପନରେ ସ୍ବର୍ଣ୍ଣ ପଦକ ବିଜୟିନୀ। ବହୁମୁଖି ପ୍ରତିଭାର ଅଧିକାରିଣୀ ଅନୁପମା ଉତ୍କଳ କରାଟେ ସ୍କୁଲରେ ଡ. ହରିପ୍ରସାଦ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଅଭ୍ୟାସ ଜାରି ରଖିଛନ୍ତି। ତାଙ୍କର ଏହି ସଫଳତା ପାଇଁ ଉତ୍କଳ କରାଟେ ସ୍କୁଲ ମୁଖ୍ୟ ହରିପ୍ରସାଦ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି।
ଅନୁପମା ଏକସଙ୍ଗରେ ମିକ୍ସଡ ମାର୍ଶାଲ ଆର୍ଟ, କରାଟେ, ଶକ୍ତିଉତ୍ତୋଳନ, ସ୍ପୋଟର୍‌ସ୍‌ କ୍ଲାଇମ୍ବିଂ, ରେସଲିଂ ଓ ଶୁଟିଂରେ ନିଜ ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହୋଇଛନ୍ତି। କରାଟେରେ ସେ ଜଣେ ଅନ୍ତର୍ଜାତୀୟ ପଦକଧାରୀ। ୨୦୧୯ ଜୁଲାଇ ୨୬ରୁ ୨୮ ପର୍ଯ୍ୟନ୍ତ କଲିକତାର ନେତାଜୀ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଆମନ୍ତ୍ରଣୀୟ କରାଟେ ଚାମ୍ପିୟନଶିପ୍‌ରେ ସେ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ପଦକ ହାସଲ କରିଥିଲେ। ୨୦୧୬ ଏପ୍ରିଲ ୭ରୁ ୧୦ ପର୍ଯ୍ୟନ୍ତ ଦୁବାଇରେ ଅନୁଷ୍ଠିତ ପ୍ରଥମ ବିଶ୍ୱ କରାଟେ ପ୍ରିମିୟର ଲିଗ୍‌ରେ ସେ ଭାଗ ନେଇଥିଲେ ଏବଂ ୧ ପଏଣ୍ଟ ଅର୍ଜନ କରିଥିଲେ। ୨୦୧୫ ସେପ୍ଟେମ୍ବର ୧୮ରୁ ୨୦ ପର୍ଯ୍ୟନ୍ତ ନୂଆଦିଲ୍ଲୀର ତାଲକୋଟ୍ରା ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ୮ମ ରାଜ୍ୟଗୋଷ୍ଠୀ କରାଟେ ଚାମ୍ପିୟନଶିପ୍‌ର ମହିଳା ୫୫ କେଜିରେ ଭାଗନେଇ ସେ ୫ମ ସ୍ଥାନ ଅଧିକାର କରିଥିଲେ। ୨୦୧୮ ସେପ୍ଟେମ୍ବର ୨୬ରୁ ୩୦ ପର୍ଯ୍ୟନ୍ତ ଲକ୍ଷ୍ନୌରେ ଆୟୋଜିତ ନ୍ୟାଶନାଲ କ୍ଲାସିକ ଶକ୍ତିଉତ୍ତୋଳନ ଚାମ୍ପିୟନଶିପ୍‌ର ସିନିୟର ମହିଳା ୫୨ କେଜି କାଟେଗୋରିରେ ସେ ବ୍ରୋଞ୍ଜ ପଦକ ପାଇଥିଲେ। ୨୦୧୭ ଡିସେମ୍ବର ୪ରୁ ୯ ପର୍ଯ୍ୟନ୍ତ କେରଳର ଆଲାପୁଝାଠାରେ ଅନୁଷ୍ଠିତ ଏସିଆନ କ୍ଲାସକ ପାଓ୍ବାରଲିଫ୍‌ଟିଂ ଚାମ୍ପିୟନଶିପ୍‌ର ମହିଳା ୫୨ କେଜି ଅନ୍‌ଇକ୍ୟୁପ୍‌ଡ୍‌ କାଟେଗୋରିରେ ସେ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ପଦକ ଜିତି ନିଜ ଦକ୍ଷତା ପ୍ରତିପାଦନ କରିଥିଲେ। ସେ ସ୍କ୍ବାଟ୍‌ରେ ୧୩୨, ବେଞ୍ଚ୍‌ପ୍ରେସ୍‌ରେ ୬୫ ଏବଂ ଡେଡ୍‌ଲିଫ୍ଟରେ ୧୨୭.୫ ଏହିପରି ମୋଟ ୩୨୫ କେଜି ଶକ୍ତିଉତ୍ତୋଳନ କରିଥିଲେ। ୨୦୧୬ରେ ଭୁବନେଶ୍ୱରରେ ଅନୁଷ୍ଠିତ ଯୋଦ୍ଧା ଫାଇଟିଂ ଚାମ୍ପିୟନଶିପ୍‌ରେ ମଧ୍ୟ ତାଙ୍କ କଳାକୌଶଳ ସମସ୍ତଙ୍କୁ ବିସ୍ମିତ କରିଥିଲା। ମା ପ୍ରେମଲତା ଓ ପିତା ପ୍ରସନ୍ନ କୁମାର ସ୍ବାଇଁଙ୍କ ସୁକନ୍ୟା ଅନୁପମାଙ୍କ ଘର କେନ୍ଦୁଝର ଜିଲା ସାରସ ଗ୍ରାମରେ। ୨୦୧୦ରେ ଉତ୍କଳ କରାଟେ ସ୍କୁଲରେ ହରିପ୍ରସାଦ ପଟ୍ଟନାୟକଙ୍କ ପ୍ରଶିକ୍ଷଣରେ ନିଜ କ୍ରୀଡ଼ା କ୍ୟାରିୟର ଆରମ୍ଭ କରିଥିବା ଏହି ପ୍ରତିଭାଧାରୀ ଖେଳାଳି ଏବେ ଓଡ଼ିଶା ପୋଲିସରେ କାର୍ଯ୍ୟରତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri