ବିଶ୍ୱ ରେକର୍ଡଠାରୁ ୩୭ ରନ୍‌ ଦୂରରେ କୋହଲି

ମାଞ୍ଚେଷ୍ଟର,୨୬।୬- ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ଏକ ବିଶ୍ୱରେକର୍ଡର ଅଧିକାରୀ ହେବାର ସୁଯୋଗ ରହିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ମ୍ୟାଚ୍‌ରେ ସେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ କରିପାରନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବା ଲାଗି ତାଙ୍କୁ ଆଉ ୩୭ ରନ୍‌ ଦରକାର। କୋହଲି ଏବେ ପର୍ଯ୍ୟନ୍ତ ସମସ୍ତ ଫର୍ମାଟରେ ମୋଟ ୧୯,୯୬୩ ରନ୍‌ କରିସାରିଛନ୍ତି। ଆଉ ୩୭ ରନ୍‌ କଲେ ସଚିନ ତେନ୍ଦୁଲକର (୩୪,୩୫୭) ଓ ରାହୁଲ ଡ୍ରାଭିଡ (୨୪,୨୦୮)ଙ୍କ ପରେ ତୃତୀୟ ଭାରତୀୟ ଭାବେ ସେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ କରିବେ। ସଚିନ ଓ ବ୍ରାଏନ ଲାରା ୪୫୩ଟି ଇନିଂସ୍‌ରେ ୨୦ ହଜାର ରନ୍‌ ପୂରଣ କରିଥିଲେ। ଅନ୍ୟପକ୍ଷରେ କୋହଲି ଏପର୍ଯ୍ୟନ୍ତ ୧୩୧ ଟେଷ୍ଟ, ୨୨୩ ଦିନିଆ ଓ ୬୨ ଟି୨୦ ମ୍ୟାଚ୍‌କୁ ମିଶାଇ ମୋଟ ୪୧୬ଟି ଇନିଂସ୍‌ ଖେଳିଛନ୍ତି। କୋହଲି ଚଳିତ ବିଶ୍ୱକପ୍‌ରେ ଭଲ ଫର୍ମରେ ଅଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ୮୨, ପାକିସ୍ତାନ ବିପକ୍ଷରେ ୭୭ ଓ ଆଫଗାନିସ୍ତାନ ବିପକ୍ଷରେ ୬୭ ରନ୍‌ର ଇନିଂସ ଖେଳିଛନ୍ତି। ଏଣୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ୍‌ରେ ଦର୍ଶକଙ୍କ ନଜର ତାଙ୍କ ଉପରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri