ବିଶ୍ୱ ହସ୍ତୀ ଦିବସ ପାଳିତ‘ସଚେତନତା ଦ୍ୱାରା ହାତୀଙ୍କ ସୁରକ୍ଷା ସମ୍ଭବ’

ବାରିପଦା ଅଫିସ,୧୩ା୮- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ସୋମବାର ବିଶ୍ୱ ହସ୍ତୀ ଦିବସ ପାଳିତ ହୋଇ ଯାଇଛି। ବାରିପଦା ବନଖଣ୍ଡ ଅଧିକାରୀ ସ୍ବୟଂ ମଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପିସିସିଏଫ ସରୋଜ କୁମାର ପଟ୍ଟନାୟକ ମୁଖ୍ୟଅତିଥି ଓ ଅବସରପ୍ରାପ୍ତ ବନ ଅଧିକାରୀ ଜିତଶତ୍ରୁ ମହାନ୍ତି, ରଜନୀକାନ୍ତ ଜେନା,ସୁଲୋପାନି ଶତପଥୀ, ଧନଞ୍ଜୟ ରାଉତ, ଦିଲୀପ କୁମାର ବାରିକ ପ୍ରମୁଖ ଯୋଗଦେଇ ଲୋକଙ୍କ ଭିତରେ ସଚେତନତା ସୃଷ୍ଟି ହେଲେ ହାତୀର ସୁରକ୍ଷା ସମ୍ଭବ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ବାରିପଦା ବନଖଣ୍ଡ ଅଧୀନ ବିଭିନ୍ନ ଗ୍ରାମ୍ୟ ସୁରକ୍ଷା ସମିତିର କର୍ମକର୍ତ୍ତାମାନଙ୍କୁ ହାତୀର ସୁରକ୍ଷା ପାଇଁ କ’ଣ କ’ଣ ପଦକ୍ଷେପ ନେବାକୁ ହେବ ସେ ନେଇ ବନ ଅଧିକାରୀମାନେ ସୂଚନା ଦେଇଥିଲେ। ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ସାନ ଭାଇ, ବାପାଙ୍କୁ କଟୁରିରେ ହାଣିଲେ ବଡ଼ ଭାଇ: ଜମିଜମା ବିବାଦରୁ ଘଟିଲା ରକ୍ତାକ୍ତ…

ଉଦଳା: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ ଶିରାଥଳି ଗାଁରେ ଜମିଜମା ବିବାଦକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ଜମି ବଣ୍ଟନକୁ ନେଇ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri