ବିଷକ୍ରିୟାରେ ଚାଷୀ ମୃତ

କ.ନୂଆଗଁ।,୨୫ା୮-କନ୍ଧମାଳ ଜିଲା କ.ନୂଆଗଁ। ବ୍ଲକ ସାଇନପଡା ପଞ୍ଚାୟତ କିଲୁପଡା ଗ୍ରାମର ଜଣେ ଚାଷୀଙ୍କର ବିଷ କ୍ରିୟାରେ ଶୁକ୍ରବାର ରାତିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ସେ ହେଲେ ଗୋବର୍ଦ୍ଧନ ମଲ୍ଲିକ (୩୫)।
କ.ନୂଆଗଁ। ଥାନାରେ ମୃତ ଚାଷୀ ଗୋବର୍ଦ୍ଧନଙ୍କ ପିତା ବାଦି ମଲ୍ଲିକ ଦେଇଥିବା ଏତଲା ପ୍ରକାରେ, ୨୦ ତାରିଖ ପୂର୍ବାହ୍ନରେ ଗୋବର୍ଦ୍ଧନ ଧାନ ବିଲରେ କୀଟନାଶକ ସିଞ୍ଚନ କରିବାକୁ ଯାଇଥିଲେ। ଏହାର ପ୍ରଭାବରେ ସେ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ଉଦ୍ଧାର କରି କ.ନୂଆଗଁା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ରାତିରେ ଗୋବର୍ଦ୍ଧନଙ୍କ ମୃତ୍ୟୁ ଘଟିଛି। ବାଦିଙ୍କ ଏତଲା ଆଧାରରେ ପୋଲିସ ନଂ.୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହ ବାଲିଗୁଡା ମେଡିକାଲରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି କ.ନୂଆଗଁା ଓଆଇସି ପ୍ରକାଶ ଚନ୍ଦ୍ର ପ୍ରଧାନ କହିଛନ୍ତି।
ଅନ୍ୟପଟେ ଚାଷୀମୃତ୍ୟୁ ଖବର ପାଇ କ.ନୂଆଗଁା କୃଷି ଜିଲା ଅଧିକାରୀ ଅଚ୍ୟୁତାନନ୍ଦ ନାହାକ କିଲୁପଡାରେ ପହଞ୍ଚତ୍ଥିଲେ। ପଞ୍ଚାୟତର କୃଷି କର୍ମଚାରୀ ରାମେଶ୍ୱର ଆଚାରୀଙ୍କ ସହ ସେ ଗୋବର୍ଦ୍ଧନଙ୍କ ଚାଷଜମି ପରିଦର୍ଶନ କରିଥିଲେ। ଜମିରେ ଧାନତଳି ଅଳ୍ପଦିନ ତଳେ ରୁଆ ହୋଇଥିବା ଜଣାପଡିଥିଲା। ପୋକ ଲାଗି ନ ଥିବାରୁ କୀଟନାଶକ ସିଞ୍ଚନ ସମୟ ଆସିନାହିଁ ବୋଲି କୃଷି ଜିଲା ଅଧିକାରୀ ନାହାକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ

ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର…

ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍‌ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri