ବିଷାକ୍ତ ଛତୁ ଖାଇ ୧୦ ଅସୁସ୍ଥ

ଠାକୁରମୁଣ୍ଡା,୩।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମକପୁର ଗ୍ରାମରେ ରବିବାର ବିଷାକ୍ତ ଜଙ୍ଗଲି ଛତୁ ଖାଇ ଗୋଟିଏ ପରିବାରର ୧୦ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ସେମାନଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ଅସୁସ୍ଥଙ୍କ ମଧ୍ୟରୁ ଜଣେ ଶିଶୁ ଓ ଜଣେ ବାଳିକାଙ୍କ ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ଗ୍ରାମର ଆଶ୍ରମ ନାୟକଙ୍କ ପରିବାର ଲୋକେ ସକାଳେ ନିକଟସ୍ଥ ଜଙ୍ଗଲରୁ ଛତୁ ଆଣି ରୋଷେଇ କରି ଖାଇଥିଲେ। ପରେ ସେମାନେ ଜଣକ ପରେ ଜଣେ ବାନ୍ତି କରିବା ସହ ଅସୁସ୍ଥ ହୋଇ ପଡ଼ିଥିଲେ। ଅପରାହ୍ନ ୪ଟା ସମୟରେ ୧୦ ଜଣ ଅସୁସ୍ଥଙ୍କୁ ଗ୍ରାମର ଆଶା କର୍ମୀ ରିନୁ ସେଠୀଙ୍କ ସହାୟତାରେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ଅସୁସ୍ଥମାନେ ହେଲେ ଆଶ୍ରମ ନାୟକ, ପୁଷ୍ପଲତା ନାୟକ, ତୁଳସୀ ନାୟକ, ରଜବତୀ ନାୟକ, ସୁକାନ୍ତି ନାୟକ, ଆଶିଷ ନାୟକ, ରୂପାଲି ନାୟକ, ଦେବାଶିଷ ନାୟକ, ଦୀପାଲି ନାୟକ ଓ ଦେବଯାନୀ ନାୟକ। ଗୁରୁତର ଅସୁସ୍ଥ ଦେବଯାନୀ ଓ ଦୀପାଲିଙ୍କୁ କରଞ୍ଜିଆ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri