ବିଷାକ୍ତ ଛତୁ ଖାଇ ୧୪ରୁ ଊର୍ଦ୍ଧ୍ୱ ଅସୁସ୍ଥ

ରସୁଲପୁର,୨୦।।୮(ଡିଏନଏ)- ରସୁଲପୁର ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ ହାଟସାହି ଗ୍ରାମରେ ବିଷାକ୍ତ ଛତୁ ଖାଇ ୩ ପରିବାରର ୧୪ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଅସୁସ୍ଥ ହୋଇ ଧର୍ମଶାଳା ଓ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ପ୍ରକାଶ ଯେ ଏହି ଗ୍ରାମର ସୁକୁଟା ଆରଣଙ୍କ ବାଡିରେ ପାଳଗଦା ଉପରେ ଛତୁ ଫୁଟିଥିଲା। ଉକ୍ତ ଛତୁକୁ ଆରଣ ପରିବାର ତୋଳି ଆଣିବା ସହ ପଡୋଶୀ ଭାଗବତ ପାତ୍ର ଓ ବିଦ୍ୟାଧର ମହାନ୍ତିଙ୍କ ଘରେ ଦେଇଥିଲେ। ୩ପରିବାର ଉକ୍ତ ଛତୁକୁ ରାନ୍ଧି ମଧ୍ୟାହ୍ନ ଭୋଜନରେ ଖାଇଥିଲେ। ଛତୁ ତରକାରୀ ଖାଇବା ପରେ ସମସ୍ତଙ୍କର ମୁଣ୍ଡ ବୁଲାଇ ବାନ୍ତି ହୋଇଥିଲା। ଫଳରେ ବିଦ୍ୟାଧର ମହାନ୍ତି(୫୫), ରମା ମହାନ୍ତି(୫୨), କଳ୍ପନା ରାଉତ(୨୮), ସ୍ମୃତିରେଖା ମହାନ୍ତି(୧୦) ପ୍ରମୁଖ ସଦସ୍ୟ ଅସୁସ୍ଥ ହୋଇ ଚିକିତ୍ସା ପାଇଁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ଉନ୍ନତି ଘଟିବାରୁ ତାଙ୍କୁ ଘରକୁ ପଠାଇ ଦିଆଯାଇଛି। ସେହିପରି ସୁକୁଟା ଆରଣ(୭୨), ତଅପୋଇ(୬୫) ବାବୁଲା(୪୦), କନକ(୩୫), କୁନି ଭାରତୀ(୨୭), ସାନ୍ତନୁ(୧୧), ଭାଗବତ ପାତ୍ର(୮୫), ଚକ୍ରଧର(୪୦), ତିଳୋତମା(୩୬), ରଶ୍ମିକଳା(୧୭), ସୋମ୍ୟରଞ୍ଜନ(୧୫), ନୟନା ଲେଙ୍କା(୫୨), ଛବିଳା ଭଦ୍ର(୩୩) ସତ୍ୟଭାମା ପାତ୍ର(୩୦) ପ୍ରମୁଖ ଅସୁସ୍ଥ ହୋଇ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଛତୁ ଖାଇଥିବାରୁ ଏଭଳି ଘଟିଛି ବୋଲି ପରିବାର ଲୋକେ କହୁଥିବାବେଳେ ଖାଦ୍ୟରେ ବିଷକ୍ରୀୟା କାରଣରୁ ରୋଗୀମାନେ ଅସୁସ୍ଥ ହୋଇପଡିଥିଲେ ବୋଲି ଡାକ୍ତରଖାନା ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri