ବିଷାକ୍ତ ଛତୁ ଖାଇ ୪ ଅସୁସ୍ଥ

କେନ୍ଦୁଝର,୬।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ପଣ୍ତାପଡ଼ା ଥାନା ଅଧୀନ ପଟାବାରୀ ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ଜଣ ଅସୁସ୍ଥ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ପଟାବାରୀ ଗ୍ରାମର ଜଗବନ୍ଧୁ ପଲେଇ ନିକଟସ୍ଥ ଜଙ୍ଗଲରୁ ବିଷାକ୍ତ ମଣ୍ତା ଛତୁ ଆଣିଥିଲେ। ସ୍ତ୍ରୀ ଚିନିମିନି, ଝିଅ ମୀରା ଓ ବୋହୂ ସୁଷମାଙ୍କ ସହ ସେ ମଧ୍ୟାହ୍ନଭୋଜନରେ ଛତୁ ତରକାରୀ କରି ଖାଇଥିଲେ। ପରେ ସମସ୍ତଙ୍କର ମୁଣ୍ତ ବୁଲାଇବା ସହ ବାନ୍ତି ହୋଇ ଗୁରୁତର ହୋଇ ପଡ଼ିଥିଲେ। ଅପରାହ୍ନରେ ଗ୍ରାମବାସୀ ସେମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ସେମାନଙ୍କ ଅବସ୍ଥା ଭଲ ଥିବା ଡାକ୍ତରଖାନା ପକ୍ଷରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri