ବିଷାକ୍ତ ଭୋଗ ଖାଇ ଏମ୍‌ଭି-୨୫ ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କୋରକୋଣ୍ଡା/ମାଲକାନଗିରି,୬।୬(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲା ଏମ୍‌ଭି-୨୫ ଗ୍ରାମରେ ବିଷାକ୍ତ ଭୋଗ ଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାଗଳ କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀରରେ ପ୍ରସ୍ତୁତ ଭୋଗ ଖାଇବା ଦ୍ୱାରା ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଲୋକେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ସେମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି।