Posted inଜାତୀୟ

ବିଷାକ୍ତ ମଦ ନେଲାଣି ୧୪ ଜୀବନ: ମୁଖ୍ୟ ଅଭିଯୁକ୍ତ ଗିରଫ

ଲକ୍ଷ୍ନୌ, ୨୮।୫: ଉତ୍ତର ପ୍ରଦେଶର ବାରବାଙ୍ଗୀ ଜିଲାରେ ବିଷାକ୍ତ ମଦ ପିଇ ଏପର୍ଯ୍ୟନ୍ତ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩୫ଜଣ ଲୋକ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିିତ୍ସିତ ହେଉଛନ୍ତି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପପୁ ଜଶଓ୍ବାଲଙ୍କୁ ପୋଲିସ ଗିରଫ କରିଛି। ସୂଚନାଯୋଗ୍ୟ, ରାମନଗର ଥାନା ଅଞ୍ଚଳ ରାନିଗଞ୍ଜଠାରେ ଦାନବୀର ସିଂ ନାମକ ଜଣେ ବ୍ୟକ୍ତି ଦେଶୀ ମଦ ଦୋକାନ ଖୋଲିଛନ୍ତି। ସୋମବାର ଏହି ଦୋକାନରୁ ଆଖପାଖ ଅଞ୍ଚଳର ବହୁ ଲୋକ ମଦ ପିଇଥିଲେ। ପରେ କିଛି ଲୋକ ଅସୁସ୍ଥ ଅନୁଭବ କରି ଘରେ ମୃତ୍ୟୁବରଣ କରିଥିଲାବେଳେ ଆଉ କିଛି ଲୋକଙ୍କ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୪ଜଣଙ୍କ ଜୀବନ ଯାଇଛି। ଗତ ଫେବୃଆରୀରେ ସାହାରନପୁରରେ ବିଷାକ୍ତ ମଦ ପିଇ ୫୦ଜଣଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri