ବିଷ୍ଣୁପୁର ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା

ବାହାନଗା, ୨୮ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲାର ୧୬ ନମ୍ବର ସଂକ୍ରମିତ ବାହାନଗା ବ୍ଲକ ବିଷ୍ଣୁପୁର ଗ୍ରାମରେ ଚିହ୍ନଟ ହେବା ପରେ ସୋମବାର ରାତିରେ ଜିଲା ପ୍ରଶାସନ ଗ୍ରାମ ଉଭୟ ପାର୍ଶ୍ୱର ୨ କିଲୋମିଟର ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି। ଏହା ୭ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସୂଚନା ଦେଇଛନ୍ତି। ଗ୍ରାମର ମୋଟ ୧୨ପ୍ରବେଶ ପଥକୁ ସିଲ୍‌ କରାଯାଇଛି। ପଣ୍ଡାସାହି ଛକ, ହନୁମାନ ସାହି ଛକ, ପତିରିପୁର ଛକ, ବଣିଆ ଛକ, ମୁରାରି ଛକ, ତଳସାହି ଛକ, ଅଭଣା ହାଇସ୍କୁଲ ରାସ୍ତା, ମହାଳିକ ସାହି ଛକ, ମାଝୀସାହି ଛକ, ଦେବେନ୍ଦ୍ରପୁର ଛକ, ବଗଦା ଛକ ଓ ବିଷ୍ଣୁପୁର ଗ୍ରାମର ମୁଖ୍ୟରାସ୍ତା ଝାଡତାର ଗ୍ରୀଡ୍‌ଛକକୁ ସିଲ୍‌ କରାଯାଇ କଡାକଡି କରାଯାଇଛି। ମଙ୍ଗଳବାର ଗ୍ରାମକୁ ଅଗ୍ନିଶମ ବିଭାଗ ଗାଡି ଦ୍ୱାରା ସାନିଟାଇଜ କରାଯାଇଛି। ଡାକ୍ତରୀ ଟିମ୍‌ ଦ୍ୱାରା ଗ୍ରାମର ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି ା ଏହି କଣ୍ଟେନମେଣ୍ଟ ଜୋନରେ ସାନିଟାଇଜର ସମେତ ଆବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ବାହାନଗା ବିଡିଓ ରଘୁନାଥ ପାଣିଗ୍ରାହୀଙ୍କୁ ଦାୟିତ୍ୱ ଦିଆଯାଇଛି। ଆଇନଶୃଙ୍ଖଳା ଦାୟିତ୍ୱରେ ବାହାନଗା ତହସିଲଦାର ରାଜେନ୍ଦ୍ର ନାରାୟଣ କର ଅଛନ୍ତି। ଗ୍ରାମବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଓ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସାମଗ୍ରୀ ଯୋଗାଇ ଦେବାକୁ ଜିଲାର ବରିଷ୍ଠ ଔଷଧ ବିଶେଷଜ୍ଞ ଡା. ମୃତ୍ୟୁଞ୍ଜୟ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ବାଲେଶ୍ୱର ସଦର ଉପଜିଲାପାଳ ନିଲୁ ମହାପାତ୍ର ସମସ୍ତ କାର୍ଯ୍ୟର ତଦାରଖ କରୁଛନ୍ତି। ଏହି ଅଧିକାରୀମାନେ ମଙ୍ଗଳବାର ବିଷ୍ଣୁପୁର ଗ୍ରାମରେ ଉପସ୍ଥିତ ଥିଲେ। ବିଷ୍ଣୁପୁରସ୍ଥିତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉକ୍ତ ସଂକ୍ରମିତଙ୍କ ସହ ଆଉ ୫ଜଣ ଯୁବକ ସଂଘରୋଧ ଭାବେ ରହିଥିଲେ। ସେମାନେ ସମସ୍ତେ କଲିକତାରୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?