ଖଣ୍ଡପଡ଼ା,୨୨ା୪(ସ୍ବ.ପ୍ର.): କାମଧନ୍ଦା କରି ପରିବାର ପ୍ରତିପୋଷଣ କରୁଥିବା ଖଣ୍ଡପଡା ଅଞ୍ଚଳର ଜଣେ ଦିନମଜୁରିଆ ମଙ୍ଗଳବାର ବିଷ ପିଇ ଜୀବନ ହାରିଛନ୍ତି। ସେ ହେଲେ ଖଣ୍ଡପଡା ବ୍ଲକ ବେଣାଗଡିଆ ପଞ୍ଚାୟତ ପଥରଦ୍ୱାର ଗ୍ରାମର ନରସିଂହ ଦଳେଇ (୪୫)। ଲକ୍ଡାଉନ ବ୍ୟବସ୍ଥା ଯୋଗୁ ନରସିଂହ ୧ମାସ ଧରି ଘରେ ବସିରହିଥିଲେ। କାମଧନ୍ଦା ବନ୍ଦ ଥିବାରୁ ତାଙ୍କ ପରିବାର ଅଭାବ ଅନଟନରେ ଜୀବନ ବିତାଉଥିଲେ। ଏହାକୁ କେନ୍ଦ୍ର କରି ପରିବାରରେ ଅଶାନ୍ତି ସୃଷ୍ଟି ହୋଇଥିଲା। ମଙ୍ଗଳବାର ସାମାନ୍ୟ କଥାରୁ ପାଟିତୁଣ୍ଡ ହେବା ପରେ ରାତିରେ ନରସିଂହ ଘରେ ଥିବା କୀଟନାଶକ ପିଇ ଅସୁସ୍ଥ ହୋଇପଡିଥିଲେ। ଚିକିତ୍ସା ନିମନ୍ତେ ତାଙ୍କୁ ପ୍ରଥମେ ଖଣ୍ଡପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିିଛି। ଖଣ୍ଡପଡା ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (୨/୨୦) ରୁଜୁ ହୋଇଥିବା ଏସ୍ଆଇ ରାମଦାସ ବେଶ୍ରାଙ୍କଠାରୁ ପ୍ରକାଶ। ମୃତକଙ୍କ ପରିବାରକୁ ଆର୍ଥତ୍କ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, ନୟାଗଡ଼ View All
୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ
ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…
ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼
ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…
ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା
ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…
ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍ କରି କହିଲେ…
ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…
ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ
ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…
ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..
ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…
ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ
ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍ ରିସର୍ଚ୍ଚ ଇନ୍ ସ୍କିମ୍ ଏଣ୍ଡ୍ ପଲିସିଜ୍(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍(ବିଲଡିଂ ଲାଇଭହୁଡସ୍ ଥ୍ରୁ…
Archives

