ବିଷ ପିଇ ଜୀବନ ହାରିଲେ ଦିନ ମଜୁରିଆ

ଖଣ୍ଡପଡ଼ା,୨୨ା୪(ସ୍ବ.ପ୍ର.): କାମଧନ୍ଦା କରି ପରିବାର ପ୍ରତିପୋଷଣ କରୁଥିବା ଖଣ୍ଡପଡା ଅଞ୍ଚଳର ଜଣେ ଦିନମଜୁରିଆ ମଙ୍ଗଳବାର ବିଷ ପିଇ ଜୀବନ ହାରିଛନ୍ତି। ସେ ହେଲେ ଖଣ୍ଡପଡା ବ୍ଲକ ବେଣାଗଡିଆ ପଞ୍ଚାୟତ ପଥରଦ୍ୱାର ଗ୍ରାମର ନରସିଂହ ଦଳେଇ (୪୫)। ଲକ୍‌ଡାଉନ ବ୍ୟବସ୍ଥା ଯୋଗୁ ନରସିଂହ ୧ମାସ ଧରି ଘରେ ବସିରହିଥିଲେ। କାମଧନ୍ଦା ବନ୍ଦ ଥିବାରୁ ତାଙ୍କ ପରିବାର ଅଭାବ ଅନଟନରେ ଜୀବନ ବିତାଉଥିଲେ। ଏହାକୁ କେନ୍ଦ୍ର କରି ପରିବାରରେ ଅଶାନ୍ତି ସୃଷ୍ଟି ହୋଇଥିଲା। ମଙ୍ଗଳବାର ସାମାନ୍ୟ କଥାରୁ ପାଟିତୁଣ୍ଡ ହେବା ପରେ ରାତିରେ ନରସିଂହ ଘରେ ଥିବା କୀଟନାଶକ ପିଇ ଅସୁସ୍ଥ ହୋଇପଡିଥିଲେ। ଚିକିତ୍ସା ନିମନ୍ତେ ତାଙ୍କୁ ପ୍ରଥମେ ଖଣ୍ଡପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିିଛି। ଖଣ୍ଡପଡା ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (୨/୨୦) ରୁଜୁ ହୋଇଥିବା ଏସ୍‌ଆଇ ରାମଦାସ ବେଶ୍ରାଙ୍କଠାରୁ ପ୍ରକାଶ। ମୃତକଙ୍କ ପରିବାରକୁ ଆର୍ଥତ୍କ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri