Posted inଖେଳ

ବିସିସିଆଇର ଚିନ୍ତା ବଢିଲା

ନୂଆଦିଲ୍ଲୀ,୧୬।୮: ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ହୋଇଛି। ରାଷ୍ଟ୍ରପତି ଭବନରେ ତାଲିବାନ ପତାକା ଉତ୍ତୋଳନ କରିବା ପରେ ରାଷ୍ଟ୍ରପତି ଅଶରଫ ଘନି ତାଙ୍କ ଇସ୍ତଫା ଘୋଷଣା କରି ଦେଶ ଛାଡିଛନ୍ତି। ଆଫଗାନିସ୍ତାନ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ରହିଛି। ବହୁ ସଂଖ୍ୟକ ଲୋକ ଦେଶ ଛାଡି ଯାଉଛନ୍ତି। ନିକଟରେ ଆଫଗାନିସ୍ତାନ ତାରକା କ୍ରିକେଟର ରସିଦ ଖାନ ବିଶ୍ୱ ନେତାମାନଙ୍କୁ ନିବେଦନ କରିଥିଲେ ଯେ ସେମାନଙ୍କୁ ମରିବାକୁ ଛାଡିଦିଅନ୍ତୁ ନାହିଁ। ଗତ କିଛି ବର୍ଷ ମଧ୍ୟରେ ଆଫଗାନିସ୍ତାନରେ କ୍ରିକେଟର ବିକାଶ ହୋଇଛି। ଦେଶର ଖେଲାଳିମାନେ ଅନ୍ତର୍ଜାତୀୟ କ୍ରିକେଟରେ ରାଜ୍‌ କରିବା ସହିତ ଆଇପିଏଲ ପରି ବଡ ଲିଗରେ ମଧ୍ୟ ନିଜ ଚମତ୍କାର ଦେଖାଇଥିଲେ। କିନ୍ତୁ ଏବେ ରସିଦ ଖାନ, ମହମ୍ମଦ ନବୀଙ୍କ ପରି ଆଫଗାନିସ୍ତାନ କ୍ରିକେଟରଙ୍କ ପାଇଁ ବିସିସିଆଇ ଟିକେ ଚିନ୍ତିତ ରହିଛି।
ଆଇପିଏଲ ୨୦୨୧ର ଦ୍ୱିତୀୟ ସିଜନ ଆସନ୍ତା ମାସରେ ୟୁଏଇରେ ଖେଳାଯିବ ଏବଂ ଦ୍ୱିତୀୟ ସିଜନରେ ଆଫଗାନିସ୍ତାନ କ୍ରିକେଟରଙ୍କ ଅଂଶଗ୍ରହଣ ଉପରେ ଏକ ପ୍ରଶ୍ନ ଚିହ୍ନ ରହିଛି। ଯଦିଓ ରସିଦ ଏବଂ ନବୀ ଏହି ସମୟରେ ଆଫଗାନିସ୍ତାନରେ ନାହାଁନ୍ତି। ସେ ଇଂଲଣ୍ଡର ହଣ୍ଡ୍ରେଣ୍ଡ ଲିଗରେ ଖେଳୁଛନ୍ତି। ରସିଦ ଟ୍ରେଣ୍ଟ ରକେଟର ପ୍ରତିନିଧିତ୍ୱ କରୁଥିବାବେଳେ ନବୀ ଲଣ୍ଡନ ସ୍ପିରିଟ ପାଇଁ ଖେଳୁଛନ୍ତି। ବିସିସିଆଇ ଏହି ପ୍ରସଙ୍ଗରେ ନଜର ରଖିଛି ଏବଂ ଆଶା କରୁଛି ଯେ ଆଫଗାନିସ୍ତାନ କ୍ରିକେଟରମାନେ ଆଇପିଏଲରେ ଭାଗ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri