Posted inଖେଳ

ବିସିସିଆଇ ଏଥିକ୍ସ ଅଫିସରଙ୍କ କାର୍ଯ୍ୟକାଳ ବୃଦ୍ଧି

ନୂଆଦିଲ୍ଲୀ, ୧୭ା୬ (ପି.ଟି.)- ବିସିସିଆଇର ଏଥିକ୍ସ ଅଫିସର ଓ ଅମ୍ବୁଡ୍ସମ୍ୟାନ ଭାବେ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଡି.କେ. ଜୈନଙ୍କ କାର୍ଯ୍ୟକାଳ ମିଆଦ ଏକ ବର୍ଷ ବୃଦ୍ଧି କରିଛି ଦେଶର କ୍ରିକେଟ ବୋର୍ଡ। ଜୈନ ୨୦୧୯ ଫେବୃୟାରୀରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ବିସିସିଆଇର ପ୍ରଥମ ଅମ୍ବୁଡ୍ସମ୍ୟାନ ଭାବେ ନିଯୁକ୍ତି ପାଇଥିଲେ। ପରେ ସେ ଏଥିକ୍ସ ଅଫିସର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳ ଫେବୃୟାରୀ ୨୯ରେ ଶେଷ ହୋଇଥିଲା। କୋଭିଡ୍‌-୧୯ ଜନିତ ପରିସ୍ଥିତି ଯୋଗୁ ଗତ ସପ୍ତାହରେ ତାଙ୍କ ଚୁକ୍ତିର ନବୀକରଣ କରାଯାଇଛି। ଜୈନଙ୍କ ନିକଟରେ ଅନେକ ମାମଲା ଫଇସଲା ନ ହୋଇ ପଡ଼ି ରହିଛି। ଭାରତୀୟ କ୍ରିକେଟ ଦଳର ପୂର୍ବତନ ଲିଆଇସନ ଅଫିସର ମୟଙ୍କ ପାରିଖଙ୍କ ବିରୋଧରେ ସ୍ବାର୍ଥ ନିହିତ ମାମଲାର ରାୟ ଦିଆଯାଇ ନାହିଁ। ପାରିଖ ମୁମ୍ବାଇରେ ୬ଟି କ୍ଲବ ଚଳାଉଛନ୍ତି ବୋଲି ଅଭିଯୋଗ ହୋଇଥିଲା। ୨୦୧୯ରେ ଜୈନ ଦାୟିତ୍ୱ ଗ୍ରହଣ କରିବା ପରେ କେଏଲ୍‌ ରାଉଲ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ‘କଫି ଓ୍ବିଥ୍‌ କରନ’ ବିବାଦ ଆରମ୍ଭ ହୋଇଥିଲା। ଏକ ଚ୍ୟାଟ୍‌ ଶେଷରେ ଏହି ଦୁଇ କ୍ରିକେଟର ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ ସେମାନଙ୍କୁ ଅଷ୍ଟ୍ରେଲିଆ ଟୁର୍‌ରୁ ଫେରାଇ ଆଣିବା ସହ ସସ୍‌ପେଣ୍ଡ କରାଯାଇଥିଲା। ସେହିପରି କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ସଦସ୍ୟ ସଚିନ ତେନ୍ଦୁୁଲକର, ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏବଂ ଭିଭିଏସ୍‌ ଲକ୍ଷ୍ମଣଙ୍କ ବିରୋଧରେ ଆସିଥିବା ସ୍ବାର୍ଥ ନିହିତ ମାମଲାର ସେ ଶୁଣାଣି କରିଥିଲେ। ଏଭଳି ସମାନ ଅଭିଯୋଗ ବିଶ୍ୱକପ୍‌ ବିଜୟୀ ଅଧିନାୟକ କପିଳ ଦେବଙ୍କ ବିରୋଧରେ ମଧ୍ୟ ଆସିଥିଲା। ମାତ୍ର ତାହା ଅମୂଳକ ବୋଲି ଦର୍ଶାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri