ବିସ୍ଥାପିତ ତାଲିକାରେ ସାମିଲ ନ କଲେ ଆନ୍ଦୋଳନ

କଳିଙ୍ଗନଗର,୪ା୨(ଡି.ଏନ.ଏ): କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା କାରଖାନା ପାଇଁ ଚାନ୍ଦିଆ, ବାଲିଗୋଠ, ଗୋବର ଘାଟି, କଳାମାଟିଆ, ବାଇଡୁବୁରୀ, ଗାଢପୁର, ଚମ୍ପାକୋଇଲି, ବାନ୍ଦରଗାଡିଆ, ବାମିୟାଗୋଠ, ମାନିଆପାତଳ, ଅମ୍ବଗଡିଆ ଗ୍ରାମବାସୀ ବିସ୍ଥାପିତ ହୋଇଥିଲେ। ମାତ୍ର ଏଯାବତ୍‌ ସେମାନଙ୍କ ନାମ ବିସ୍ଥାପିତ ତାଲିକାରେ ଅର୍ନ୍ତଭୁକ୍ତ ହୋଇନାହିଁ। ଏନେଇ ପୂର୍ବରୁ ଏହି ଗ୍ରାମବାସୀ ଆନ୍ଦୋଳନ, ଧାରଣା ଆଦି ଦେଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନ ଥିବାବେଳେ ସୋମବାର କଳିଙ୍ଗନଗର ଅତିରିକ୍ତ ଜିଲାପାଳ (ଏଡିଏମ୍‌)ଙ୍କ କାର୍ଯ୍ୟାଳୟରେ ୧୫ରୁ ଊର୍ଦ୍ଧ୍ୱ ଜମିହରା ଆଦିବାସୀ ପହଞ୍ଚି ୭ଦିନ ମଧ୍ୟରେ ସେମାନଙ୍କ ଦାବି ପୂରଣ କରିବାକୁ ଦାବିପତ୍ର ଦେଇଛନ୍ତି। ନଚେତ୍‌ ସେମାନେ କଳିଙ୍ଗନଗର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି। ୨୦୧୦ ମସିହାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀ ଧାରଣାରେ ବସିବା ପରେ ଜିଲାପାଳ ସେମାନଙ୍କ ସମସ୍ୟା ସମାଧାନ କରିବାକୁ ଲିଖିତ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ୧୦ବର୍ଷ ବିତିଯାଇଥିଲେ ମଧ୍ୟ ବିସ୍ଥାପିତଙ୍କ ସମସ୍ୟା ସମାଧାନ ହୋଇପାରିଲା ନାହିଁ। ଏହାପରେ ୨୨।୨।୨୦୧୯ରୁ ୪।୩।୨୦୧୯ ପର୍ଯ୍ୟନ୍ତ ଟାଟା କାରଖାନା ଦ୍ୱାରା କ୍ଷତିଗ୍ରସ୍ତ ପରିବାର ଜମିହରା ଉନ୍ନୟନ କମିଟି ଗଠନ କରି ଯାଜପୁର ଜିଲାପାଳଙ୍କ ନିକଟରେ ଧାରଣାରେ ବସିଥିଲେ। ସେତେବେଳେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର ସେମାନଙ୍କ ସମସ୍ୟାକୁ ସମାଧାନ କରିବା ପାଇଁ ପ୍ରତିଶ୍ରୁତି ଦେବାରୁ ସେମାନେ ଅନ୍ଦୋଳନରୁ ଓହରି ଥିଲେ। ପୁନଶ୍ଚ ସେମାନଙ୍କ ସମସ୍ୟାର ସମାଧାନ ନ ହେବାରୁ ସୋମବାର ସମ୍ଭୁନାଥ ମହନ୍ତ, ଶିବ ସଏ, ମାଣିକ ଦରା, ଲାଣ୍ଡୁ ବାର୍ଲା, ରଞ୍ଜିତ ବାର୍ଲା, ରଞ୍ଜିତ କୁମାର ଜାମୁଦା ପ୍ରମୁଖଙ୍କ ନେତୃତ୍ୱରେ ୧୫ରୁ ଊର୍ଦ୍ଧ ଜମିହରା ପହଞ୍ଚତ୍ ସମସ୍ୟା ସମାଧାନ ପାଇଁ ଦାବିପତ୍ର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri