Posted inଜାତୀୟ

ବିହାରରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୧୧୭: ଗୟାରେ ୧୪୪ ଧାରା ଜାରି

ନୂଆଦିଲ୍ଲୀ,୧୮ା୬: ମୌସୁମୀର ଲୁଚକାଳି ଖେଳ ସହ ଦେଶର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରି ଜାରି ରହିଛି। ଦିଲ୍ଲୀ, ମଧ୍ୟପ୍ରଦେଶ, ରାଜସ୍ଥାନ, ଓଡ଼ିଶା, ବିହାର ଆଦି ରାଜ୍ୟଗୁଡ଼ିକରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଦୁର୍ବିଷହ ହୋଇପଡ଼ିଛି। ବିହାରରେ ପରିସ୍ଥିତି ଅଣାୟତ୍ତ ହୋଇପଡ଼ିଥିବାବେଳେ ଗୟା ଜିଲାରେ ସୋମବାର ୧୪୪ ଧାରା ଜାରି କରାଯାଇଛି। ଜଲାପାଳ ଅଭିଷେକ ସିଂ ଲୋକଙ୍କୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଘରଭିତରେ ରହିବା ଲାଗି ପରାମର୍ଶ ଦେଇଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସମୟରେ ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ମନରେଗା କାର୍ଯ୍ୟ ପୂର୍ବାହ୍ନ ୧୦.୩୦ ପରେ ବନ୍ଦ ରଖାଯିବ ଓ କୌଣସି ସଭାସମିତି ଖୋଲାରେ କରାଯାଇ ପାରିବ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ସବୁ ସରକାରୀ ବିଦ୍ୟାଳୟକୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଛି। ପ୍ରକାଶଥାଉ କି, ଗ୍ରୀଷ୍ମପ୍ରବାହ ଯୋଗୁ ଏପର୍ଯ୍ୟନ୍ତ ବିହାରରେ ଏଥିଯୋଗୁ ୧୧୭ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ଗତ ୪୮ ଘଣ୍ଟା ମଧ୍ୟରେ ମୁଙ୍ଗେରରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଔରଙ୍ଗାବାଦରେ ରୌଦ୍ରତାପଜନିତ ମୃତ୍ୟୁସଂଖ୍ୟା ୬୦ରେ ପହଞ୍ଚିଥିବାବେଳେ ଗୟାରେ ୩୫, ନଓ୍ବାଡ଼ାରେ ୭, ନାଳନ୍ଦାରେ ୬, କଇମୁରରେ ୨, ସମସ୍ତିପୁର ଓ ଆରାରେ ଜଣେ ଲେଖାଏ ପ୍ରାଣ ହରାଇଥିବା ଜଣାପଡ଼ିଛି।
ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏଭଳି ମୃତ୍ୟୁକୁ ନେଇ ଦୁଃଖପ୍ରକାଶ କରିଥିବାବେଳେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏଭଳି ମୃତ୍ୟୁ ଦୁର୍ଭାଗ୍ୟଜନକ ବୋଲି କହି ତାତି କମିବା ପର୍ଯ୍ୟନ୍ତ ଲୋକମାନେ ଘରୁ ନ ବାହାରିବା ଲାଗି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri