Posted inଜାତୀୟ

ବିହାରରେ ଘାତକ ସାଜିଛି ମସ୍ତିସ୍କ ଜ୍ୱର: ଗଲାଣି ୮୪ ଶିଶୁଙ୍କ ଜୀବନ

ପାଟନା,୧୬ା୬: ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗରେ ଏପର୍ଯ୍ୟନ୍ତ ୮୪ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସ୍ଥିତି ଉଦବେଗଜନକ ଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ରବିବାର ଦୁଇ ହସ୍ପିଟାଲକୁ ପରିଦର୍ଶନରେ ଯାଇଛନ୍ତି। ମୁଜାଫରପୁରସ୍ଥିତ ଶ୍ରୀକ୍ରିଷ୍ଣା ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ଏସକେଏମସିଏଚ)ରେ ଅନୂନ ୬୦ ଏବଂ କେଜ୍ରିଓ୍ବାଲ ହସ୍ପିଟାଲରେ ୧୧ ଶିଶୁ ମସ୍ତିଷ୍କ ଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ସିଭିଲ ସର୍ଜନ ଡାକ୍ତର ଶୈଳେଶ ପ୍ରସାଦ ସିଂ ଶନିବାର ସୂଚନା ଦେଇଛନ୍ତି। ଜୁନ ୧ରୁ ୧୭୮ ଶିଶୁ ଏସକେଏମସିଏଚରେ ଏବଂ ୭୨ ଶିଶୁ କେଜ୍ରିଓ୍ବାଲ ହସ୍ପିଟାଲରେ ଚିକିତ୍ସିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମସ୍ତିଷ୍କଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ସରକାରୀ ସ୍ତରରେ ମୃତ୍ୟୁସଂଖ୍ୟା ୬୯ ବୋଲି ଘୋଷଣା କରାଯାଇଥିଲେ ହେଁ ପ୍ରକୃତରେ ୮୪ ଶିଶୁଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଆଉ କେତେଜଣ ଶିଶୁ ଗାଁରେ ପ୍ରାଣ ହରାଇବା ପରେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri