Posted inଜାତୀୟ

ବିହାରରେ ବଦଳୁଛି ରାଜନୈତିକ ପାଣିପାଗ: ମୋଦିଙ୍କ ପ୍ରଶଂସାରେ ଶତମୁଖ ହେଲା ଆରଜେଡି

ପାଟନା, ୨।୭: ବିହାରରେ ରାଜନୈତିକ ପାଣିପାଗ ଧିରେ ଧିରେ ବଦଳିବାରେ ଲାଗିଛି। ଜେଡିୟୁ ଏବଂ ଭାଜପା ମଧ୍ୟରେ ସୃଷ୍ଟି ହୋଇଥିବା ଫାଟର ଫାଇଦା ଉଠାଇବାକୁ ଚେଷ୍ଟା କରିଛି ଜେଡିୟୁ। ଦଳର ଗୋଟିଏ ପରେ ଗୋଟିଏ ନେତା ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇପଡିଛନ୍ତି। ପ୍ରଥମେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସ୍ତ୍ରୀ ରାବିଡି ଦେବୀ ବିଧାନପରିଷଦରେ ମୋଦିଙ୍କୁ ପ୍ରଶଂସା କରିଥିଲାବେଳେ ଏବେ ଦଳର ଅନ୍ୟତମ ବରିଷ୍ଠ ନେତା ଅବଦୁଲ୍‌ ବାରି ସିଦ୍ଦିକି ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା କରିବା ଦେଖାଯାଇଛି। ନିକଟରେ ବିହାରରେ ମସ୍ତିଷ୍କ ଜ୍ୱରରେ ୨୫୦ରୁ ଉର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାରେ ଶୋକ ପ୍ରକାଶ କରି ଏହା ଲଜ୍ଜାଜନକ ବୋଲି କହିଥିଲେ। ପ୍ରଧାନମନ୍ତ୍ରୀ ଏହି ମନ୍ତବ୍ୟ ପରେ ଆରଜେଡି ନେତା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଭର୍ତ୍ସନା କରିବା ସହ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ସମର୍ଥନ କରି ରାବିଡି ଶିଶୁମୃତ୍ୟୁ ଘଟଣା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି କହିଥିଲେ। ସୂଚନାଯୋଗ୍ୟ, ମୋଦିଙ୍କ ନବଗଠିତ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁ ଦାବି କରୁଥିବା ଆବଶ୍ୟକ ସଂଖ୍ୟକ ମନ୍ତ୍ରୀ ନ ଦେବା ପରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ମତଭେଦ ସୃଷ୍ଟି ହୋଇଛି। ଏହାର ଫଳସ୍ବରୂପ ଆଗାମୀ ଦିନରେ ଏନଡିଏ ମନ୍ତ୍ରିମଣ୍ଡଳରେ ଜେଡିୟୁ ସାମିଲ ହେବନି କହିଥିଲେ ଜେଡିୟୁ ମୁଖପାତ୍ର କେ.ସି ତ୍ୟାଗୀ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri