Posted inଜାତୀୟ

ବିହାରରେ ବଦଳୁଛି ରାଜନୈତିକ ପାଣିପାଗ: ମୋଦିଙ୍କ ପ୍ରଶଂସାରେ ଶତମୁଖ ହେଲା ଆରଜେଡି

ପାଟନା, ୨।୭: ବିହାରରେ ରାଜନୈତିକ ପାଣିପାଗ ଧିରେ ଧିରେ ବଦଳିବାରେ ଲାଗିଛି। ଜେଡିୟୁ ଏବଂ ଭାଜପା ମଧ୍ୟରେ ସୃଷ୍ଟି ହୋଇଥିବା ଫାଟର ଫାଇଦା ଉଠାଇବାକୁ ଚେଷ୍ଟା କରିଛି ଜେଡିୟୁ। ଦଳର ଗୋଟିଏ ପରେ ଗୋଟିଏ ନେତା ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇପଡିଛନ୍ତି। ପ୍ରଥମେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସ୍ତ୍ରୀ ରାବିଡି ଦେବୀ ବିଧାନପରିଷଦରେ ମୋଦିଙ୍କୁ ପ୍ରଶଂସା କରିଥିଲାବେଳେ ଏବେ ଦଳର ଅନ୍ୟତମ ବରିଷ୍ଠ ନେତା ଅବଦୁଲ୍‌ ବାରି ସିଦ୍ଦିକି ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା କରିବା ଦେଖାଯାଇଛି। ନିକଟରେ ବିହାରରେ ମସ୍ତିଷ୍କ ଜ୍ୱରରେ ୨୫୦ରୁ ଉର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାରେ ଶୋକ ପ୍ରକାଶ କରି ଏହା ଲଜ୍ଜାଜନକ ବୋଲି କହିଥିଲେ। ପ୍ରଧାନମନ୍ତ୍ରୀ ଏହି ମନ୍ତବ୍ୟ ପରେ ଆରଜେଡି ନେତା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଭର୍ତ୍ସନା କରିବା ସହ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ସମର୍ଥନ କରି ରାବିଡି ଶିଶୁମୃତ୍ୟୁ ଘଟଣା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି କହିଥିଲେ। ସୂଚନାଯୋଗ୍ୟ, ମୋଦିଙ୍କ ନବଗଠିତ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁ ଦାବି କରୁଥିବା ଆବଶ୍ୟକ ସଂଖ୍ୟକ ମନ୍ତ୍ରୀ ନ ଦେବା ପରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ମତଭେଦ ସୃଷ୍ଟି ହୋଇଛି। ଏହାର ଫଳସ୍ବରୂପ ଆଗାମୀ ଦିନରେ ଏନଡିଏ ମନ୍ତ୍ରିମଣ୍ଡଳରେ ଜେଡିୟୁ ସାମିଲ ହେବନି କହିଥିଲେ ଜେଡିୟୁ ମୁଖପାତ୍ର କେ.ସି ତ୍ୟାଗୀ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri