Posted inଜାତୀୟ

ବିହାରରେ ଲଜ୍ଜା: ବଳାତ୍କାର ଉଦ୍ୟମ ସଫଳ ନ ହେବାରୁ ନାବାଳିକାଙ୍କୁ ଗୁଳି କଲେ ଯୁବକ

ରୋହତାସ,୧୭।୧୨: ବିହାରରେ ପୁଣି ଲଜ୍ଜା। ବିହାର ରୋହତାସ ଜିଲାର ରାଜପୁରରେ ୧୦ମରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର ଉଦ୍ୟମ କରାଯାଇଛି। ଉଦ୍ୟମରେ ସଫଳ ନ ହେବାରୁ ପୀଡିତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମଙ୍ଗଳବାର ପୀଡିତା ଜେଜେମାଙ୍କ ସହ ଶୌଚ ପାଇଁ ବାହାରକୁ ଯାଇଥିଲେ। ସେହି ସମୟରେ ୪ଜଣ ଯୁବକ ତାଙ୍କୁ ଅପହରଣ କରିନେଇ ବଳାତ୍କାର କରିବାକୁ ଉଦ୍ୟମ କରିଥିଲେ। ହେଲେ ସେମାନେ ଏଥିରେ ସଫଳ ନ ହେବାରୁ ପୀଡିତାଙ୍କୁ ଗୁଳି କରି ସେଠାରୁ ଫେରାର ହୋଇଯାଇଥିଲେ। ଗୁଳି ଶବ୍ଦ ଶୁଣିବା ପରେ ଗାଁଲୋକେ ବାହାରକୁ ଆସିଥିଲେ। ରାସ୍ତାରେ ପୀଡ଼ିତା ଛଟପଟ ହେଉଥିବା ଦେଖି ଗାଁଲୋକେ ତାଙ୍କୁ ତୁରନ୍ତ ନିକଟସ୍ଥ ଏକ ହସ୍ପିଟାଲକୁ ନେଇଥିଲେ। ପୀଡ଼ିତାଙ୍କ ବେକରେ ଗୁଳି ବାଜିଥିବାରୁ ଉତ୍ତମ ଚିକିତ୍ସା ପାଇଁ ତାଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ଘଟଣାସ୍ଥଳରେ ପୋଲିସ ଓ ଏସ୍‌ଡିପିଓ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। ଏଥିସହ ତଦନ୍ତକୁ ତ୍ୱରାନିତ କରାଯାଇ ପୋଲିସ ମୁଖ୍ୟ ଅଭିଯୁକ୍ତ ସମେତ ୪ଜଣଙ୍କୁ ଗିରଫ କରିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ସୃଷ୍ଟି ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri