Posted inଜାତୀୟ

ବିହାର-ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ସେବା ଅତି ଖରାପ: ନୀତି ଆୟୋଗ ରିପୋର୍ଟ

ନୂଆଦିଲ୍ଲୀ,୨୬।୬: ବିହାର ଏବଂ ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ସେବା ଅତି ଖରାପ ବୋଲି ନୀତି ଆୟୋଗ ଦ୍ୱାରା ପ୍ରକାଶିତ ସ୍ବାସ୍ଥ୍ୟ ସୂଚକାଙ୍କ-୨୦୧୯ ରିପୋର୍ଟରେ ଦର୍ଶାଯାଇଛି। ବିହାର ୨୦ ଏବଂ ଉତ୍ତରପ୍ରଦେଶ ୨୧ତମ ସ୍ଥାନରେ ରହିଛନ୍ତି। ବିହାର ଏବଂ ଉତ୍ତରପ୍ରଦେଶରେ ଭାଜପା ସରକାର ଥିଲେ ମଧ୍ୟ ଏଠାରେ ସ୍ବାସ୍ଥ୍ୟ ସେବା ଖରାପ ରହିଛି। ବିହାରରେ କୁପୋଷଣ ଯୋଗୁ ଶିଶୁଙ୍କ ମୃତ୍ୟୁ ଜାରି ରହିଛି। ୨୦୧୫-୧୬ ତୁଳନାରେ ଏବେ ଏହି ଦୁଇ ରାଜ୍ୟରେ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଥିବା ନୀତି ଆୟୋଗ କହିଛି। ସେହିପରି ଉତ୍ତରପ୍ରଦେଶରେ ୨୦୧୫-୧୬ରେ ସ୍ବାସ୍ଥ୍ୟ ସେବା ନିମ୍ନ ମାନର ଥିଲା ଏବଂ ଏହା ବର୍ତ୍ତମାନ ମଧ୍ୟ ଜାରି ରହିଛି। ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଉଥିବା ରାଜ୍ୟ ମଧ୍ୟରେ କେରଳ ପ୍ରଥମସ୍ଥାନରେ ଥିବାବେଳେ ଆନ୍ଧ୍ରପ୍ରଦେଶ ଦ୍ୱିତୀୟ ଏବଂ ମହାରାଷ୍ଟ୍ର ତୃତୀୟ ସ୍ଥାନରେ ଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି। ସେହିପରି କେନ୍ଦ୍ର ଶାସିତ ଅଞ୍ଚଳ ମଧ୍ୟରେ ଚଣ୍ଡିଗଡ଼ ପ୍ରଥମ, ଦାଦର-ନଗର ହବେଲୀ ଦ୍ୱିତୀୟ ଏବଂ ଲାକ୍ଷାଦ୍ୱୀପ ତୃତୀୟ ସ୍ଥାନରେ ରହିଛି। ଏହି ତାଲିକାରେ ଦିଲ୍ଲୀ ପଞ୍ଚମ ସ୍ଥାନରେ ରହିଛି। ହରିୟାଣା, ରାଜସ୍ଥାନ ଏବଂ ଝାଡ଼ଖଣ୍ଡରେ ସ୍ବାସ୍ଥ୍ୟ ସେବାର ଶୀଘ୍ର ସୁଧାର ହୋଇଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri