ବିହାର ରାଜ୍ୟପାଳଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ,୨୯ା୧୨(ଡି.ଏନ.ଏ)- ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଶନିବାର ଅପରାହ୍ନ ୩ଟାରେ ବିହାରର ରାଜ୍ୟପାଳ ଫଗୁ ଚୌହାନ ଆସିଛନ୍ତି। ପ୍ରଥମେ କୋଣାର୍କସ୍ଥିତ ଇଣ୍ଡିଆନ ଅଏଲ ଫାଉଣ୍ଡେଶନ ଦ୍ୱାରା ନିର୍ମିତ ବ୍ୟାଖ୍ୟାନ କେନ୍ଦ୍ର ସମ୍ମୁଖରେ ରାଜ୍ୟପାଳ ଚୌହାନ ପହଞ୍ଚତ୍ବା ପରେ କୋଣାର୍କ ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ଏଏସ୍‌ଆଇ ଭୁବନେଶ୍ୱର ମଣ୍ଡଳ ସହାୟକ ପୁରାତତ୍ୱବିଦ୍‌ ବୈଭବ ଶ୍ରୀବାସ୍ତବ ଓ ପୁରୀ ଅତିରିକ୍ତ ଏସପି ପ୍ରତାପ କୁମାର ସ୍ବାଇଁ ପ୍ରମୁଖ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ପରେ ସେ ଓ ତାଙ୍କ ଭାଇ ଏସ.କେ ଚୌହାନଙ୍କୁ ସୂର୍ଯ୍ୟମନ୍ଦିର ପରିସରକୁ ପାଛୋଟି ନେଇଥିଲେ। ସୂର୍ଯ୍ୟମନ୍ଦିରର ଐତିହ୍ୟ, କଳା, ସଂସ୍କୃତି ଓ ଇତିହାସ ସମ୍ପର୍କରେ ତାଙ୍କୁ ଏଏସ୍‌ଆଇ ଭୁବନେଶ୍ୱର ମଣ୍ଡଳର ସହାୟକ ପୁରାତତ୍ୱବିଦ୍‌ ବୈଭବ ଶ୍ରୀବାସ୍ତବ ଅବଗତ କରାଇଥିଲେ। ଏହି ପରିପ୍ରେକ୍ଷୀରେ ରାଜ୍ୟପାଳ ଚୌହାନ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବା ବେଳର ଅନୁଭୂତିକୁ ଏଏସଆଇ ପଦିଦର୍ଶନ ରେଜିଷ୍ଟରରେ ଲିଖିତ ଭାବେ ଲିପିବଦ୍ଧ କରିଥିଲେ। ରାଜ୍ୟପାଳଙ୍କ ଚୌହାନଙ୍କ ଗସ୍ତ ସମୟରେ ନିମାପଡା ଏସଡିପିଓ ପ୍ରତାପ କୁମାର ଦଳାଇ ଓ କୋଣାର୍କ ଏଏସଆଇ ସଂରକ୍ଷଣ ସହାୟକ ନିରୋଜ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଗସ୍ତ ସମୟରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri