ବି.କେ. ଆର୍ଟ କଲେଜରେ ମିଳିତ ମୁଦ୍ରଣ କଳା ପ୍ରଦର୍ଶନୀ: ଛାତ୍ରାବାସ ମରାମତି ପାଇଁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ଓଡ଼ିଶାର ପାରମ୍ପରିକ ଚିତ୍ରକଳା, କାରୁକଳା ଓ ଭାସ୍କର୍ଯ୍ୟକୁ ବିଶ୍ୱବିଦିତ କରିବା ପାଇଁ ରାଜ୍ୟର ଚାରୁ ଓ କାରୁକଳା ଛାତ୍ରୀଛାତ୍ରମାନେ ପ୍ରୟାସ କରିବା ଆବଶ୍ୟକ ବୋଲି ପର୍ଯ୍ୟଟନ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କହିଛନ୍ତି। ବିଭୂତି କାନୁନ୍‌ଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟ ପକ୍ଷରୁ ବୁଧବାର ଆୟୋଜିତ ମିଳିତ ମୁଦ୍ରଣ କଳା ଓ ଡ୍ରଇଂ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ଅବସରରେ ମନ୍ତ୍ରୀ ଓଡ଼ିଶାର ମହାନ ଶିଳ୍ପୀମାନଙ୍କ ଗୌରବମୟ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ। ମହାବିଦ୍ୟାଳୟର କୃତିତ୍ୱକୁ ବ୍ୟାପକ କରିବା ଦିଗରେ ଉଭୟ ଛାତ୍ରୀଛାତ୍ର ଏବଂ ଅଧ୍ୟାପକମାନେ ଉଦ୍ୟମ ଅବ୍ୟାହତ ରଖିବାକୁ ସେ କହିଥିଲେ। ମହାବିଦ୍ୟାଳୟର ମୁଦ୍ରଣ ବିଭାଗର ଅଧ୍ୟାପକ ଗଜେନ୍ଦ୍ର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ ବକ୍ତବ୍ୟ ରଖିଥିଲେ। ଶେଷରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପ୍ରଦର୍ଶନୀରେ ୮୫ରୁ ଅଧିକ କୃତି ସ୍ଥାନିତ ହୋଇଛି। ମହାବିଦ୍ୟାଳୟର ୩୧ଜଣ ଛାତ୍ରୀଛାତ୍ର ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିବାବେଳେ ଆସନ୍ତା ୩୦ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ଏହି ଅବସରରେ ମନ୍ତ୍ରୀ କଲେଜ ପରିସର ମଧ୍ୟ ପରିଦର୍ଶନ କରିଥିଲେ। ଏହାସହ ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ୫୦ଛାତ୍ର ଓ ୫୦ଛାତ୍ରୀଙ୍କ ପୃଥକ ଛାତ୍ରାବାସ ଗୃହ ତୁରନ୍ତ ମରାମତି ପାଇଁ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri