ବୀରବଳଭଦ୍ରପୁର ଗୋପୀନାଥ ଦେବ ମନ୍ଦିରରୁ ଚୋରି ମୂର୍ତ୍ତି ଫୋପାଡିଲେ, ଅଳଙ୍କାର ନେଇଗଲେ

ପୁରୀ ଅଫିସ, ୧୩।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅଧୀନ ବୀରବଳଭଦ୍ରପୁର ଗ୍ରାମର ଗୋପୀନାଥ ଦେବଙ୍କ ମନ୍ଦିରରୁ ଶନିବାର ଲକ୍ଷାଧିକ ଟଙ୍କାର ଅଷ୍ଟଧାତୁ ନିର୍ମିତ ମୂର୍ତ୍ତି ଏବଂ ଦାନ ବାକ୍ସରୁ ଟଙ୍କା, ସୁନା ଅଲଙ୍କାର ଚୋରି ହୋଇଛି। ଏନେଇ ବୀରବଳଭଦ୍ରପୁର ଗ୍ରାମ ୩ୟଖଣ୍ଡି ମହାଜନ କୋଠ ସମ୍ପାଦକ ପ୍ରମୋଦ କୁମାର ମିଶ୍ର ଶନିବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପରେ ଥାନାରେ ନଂ. ୧୪୪/୧୯ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି ବୋଲି ଥାନାଧିକାରୀ ବାମଦେବ ନନ୍ଦ କହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ମନ୍ଦିରରୁ ଚୋରି କରିଥିଲେ। ସକାଳୁ ମନ୍ଦିର ପୂଜକ ମନ୍ଦିର ନିକଟରେ ପହଞ୍ଚତ୍ବା ପରେ ଦ୍ୱାର ଖୋଲାଥିବା ଦେଖିଥିଲେ। ପରେ ମନ୍ଦିରର ଦାନବାକ୍ସ ଭଙ୍ଗାଯାଇଥିବା ଏବଂ ଅଷ୍ଟଧାତୁ ମୂର୍ତ୍ତି ନ ଥିବା ଦେଖି ଏ ସମ୍ପର୍କରେ ଗ୍ରାମବାସୀଙ୍କୁ ଖବର ଦେଇଥିଲେ। ଗ୍ରାମବାସୀଙ୍କଠାରୁ ଖବରପାଇ ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ପହଞ୍ଚତ୍ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ପୋଲିସ ମନ୍ଦିର ପରିସରରେ ଏକ କନା ଦେହରେ ଗୁଡାଇ ହୋଇ ରହିଥିବା ଅଷ୍ଟଧାତୁ ମୂର୍ତ୍ତି ପାଇଥିଲେ। ସମ୍ପାଦକ ମିଶ୍ର କୁହନ୍ତି, ଶୁକ୍ରବାର ଠାକୁର ସ୍ବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଥିବାବେଳେ ଆଉ ଏକ ଅଳଙ୍କାର ସେଟ୍‌ ଆଲମିରା ଭିତରେ ରହିଥିଲା। ଦୁର୍ବୃତ୍ତମାନେ ଆଲମିରା ତାଲା ଭାଙ୍ଗି ଅଳଙ୍କାର ନେଇଯାଇଥିବା ପ୍ରାଥମିକ ଅନୁସନ୍ଧାନରୁ ପୋଲିସ ଜାଣିବାକୁ ପାଇଛି। ଚୋରି ହୋଇଥିବା ସୁନାଅଳଙ୍କାରର ମୂଲ୍ୟ ପ୍ରାୟ ୨୦ଲକ୍ଷ ଟଙ୍କା ହେବ ବୋଲି ଗ୍ରାମ କମିଟି ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ-ବାରବାଟୀରେ ଭାଜପାର ବଡ଼ ଗେମ୍‌, ଏହି ଅଭିନେତାଙ୍କୁ ମିଳପାରେ ଚାନ୍ସ!

ଭୁବନେଶ୍ୱର,୧୭।୪: ଅନୁଭବ ମହାନ୍ତିଙ୍କୁ ଭାଜପା କଟକ-ବାରବାଟୀରୁ ପ୍ରାର୍ଥୀ ହେବା ଚର୍ଚ୍ଚା ହେଉଛି। ଅନ୍ୟପଟେ କେନ୍ଦ୍ରାପଡା ଏମପି ହୋଇଥିବାରୁ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁରରୁ...

ରାମନବମୀ ଅବସରରେ ମୋଟର ସାଇକେଲ ରାଲିରେ ଦୁଇ ରାଜନୈତିକ ଦଳର ସମର୍ଥକ ଶ୍ରେୟ ନେବା ପ୍ରୟାସ

ପଟ୍ଟାଙ୍ଗି,୧୭।୦୪(ଶରତ ଧଳ)ସାରା ରାଜ୍ୟରେ ରାମନବମୀକୁ ନେଇ ରାମ ଓ ହନୁମାନ ମନ୍ଦିର ମାନଙ୍କରେ ଉତ୍ସବ ମୁଖର ହୋଇ ଉଠିଥିବାବେଳେ ଯୁବ ଗୋଷ୍ଠୀଙ୍କ କ୍ଷେତ୍ରରରେ ଏହାକୁ ନେଇ...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

କଳ୍ପନାଜଳ୍ପନାର ଅନ୍ତ: ବର୍ଷାଙ୍କୁ ପୁଣି ଭରସା କଲା ବିଜେଡ଼ି

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ଆସନ୍ତା ନିର୍ବାଚନ ପାଇଁ ବିଜେଡି ବରଗଡ଼ ଜିଲାର ୫ ବିଧାନସଭା ନିର୍ବାଚନ ଣ୍ଡଳୀ ମଧ୍ୟରୁ ପଦ୍ମପୁର ଆସନକୁ ପ୍ରାର୍ଥୀ ଘୋଷଣାର ଚତୁର୍ଥ ପର୍ଯ୍ୟାୟ ପର୍ଯ୍ୟନ୍ତ...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

ଦୁର୍ଘଟଣାରେ ଆମ୍ବୁଲାନ୍ସ ଚୁର୍‌ମାର୍‌

କେନ୍ଦୁଝର,୧୭।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ବନାଯୋଡି ଟୋଲ ପ୍ଲାଜା ନିକଟରେ ବୁଧବାର ସକାଳ ୫ଟାରେ ଏକ ଛିଡା ହୋଇଥିବା...

ମାଓବାଦୀ କ୍ୟାମ୍ପ ଧ୍ୱଂସ: ଖସିଗଲେ ଟପ ମାଓନେତା

ବଣାଇଁ, ୧୭।୪(ପ୍ରଦୀପ ତ୍ରିପାଠୀ): ନିର୍ବାଚନ ପୁର୍ବରୁ ସୀମାନ୍ତରେ ମାଓବାଦୀ କ୍ୟାମ୍ପ ଠାବ ହୋଇଥିବା ଜଣାପଡିଛି। ଓଡିଶା-ଝାଡଖଣ୍ଡ ସୀମାନ୍ତ ଗୋଏଲକେରା ଥାନା ଟେଣ୍ଟୋ ଜଙ୍ଗଲରେ କମ୍ବିଂ ଅପରେଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri