ବୀରମିତ୍ରପୁର ଥାନା ନାବାଳିକା ବଳାତ୍କାର, ଗର୍ଭପାତ ଘଟଣା: ପାଚେରି ଡେଇଁ ପୀଡ଼ିତା ନାବାଳିକା ଫେରାର

ସୁନ୍ଦରଗଡ଼,୨୪ା୧୦(ଡି.ଏନ.ଏ.)-ଗତ ଜୁନ୍‌ ମାସରେ ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଘଟିଥିବା ନାବାଳିକା ବଳାତ୍କାର ଓ ଗର୍ଭପାତ ଘଟଣା ନୂଆ ମୋଡ଼ ନେଇଛି ା ଏହି ଘଟଣା ପରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ସୁରକ୍ଷା ଦୃଷ୍ଟିରୁ ଗତ ଜୁଲାଇ ୧୧ରେ ରାଉରକେଲା ଛେଣ୍ଡସ୍ଥିତ ଶିଶୁ ଯତ୍ନକାରୀ ଅନୁଷ୍ଠାନରେ ରଖାଯାଇଥିଲା ା ଗତ ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ବେଳେ ସେ ସେଠାରୁ ପାଚେରି ଡେଇଁ ଫେରାର୍‌ ହୋଇଯାଇଛନ୍ତି। ଏହା ଜଣାପଡିବା ପରେ ଅନୁଷ୍ଠାନ ପକ୍ଷରୁ ଶିଶୁ ସୁରକ୍ଷା ସମିତିକୁ ଅବଗତ କରାଯାଇଥିଲା ା ପରେ ଏ ସଂକ୍ରାନ୍ତରେ ଛେଣ୍ଡ ଥାନାରେ ଅଭିଯୋଗ କରାଯାଇଛି ା ପୋଲିସ ପକ୍ଷରୁ ତନାଘନା ଆରମ୍ଭ ହୋଇଛି ା ଏପରି କି ଚାଇଲ୍ଡ ଲାଇନ ଓ ରେଲଓ୍ବେ ଚାଇଲ୍ଡ ଲାଇନକୁ ଏ ସଂକ୍ରାନ୍ତରେ ସୂଚନା ଦିଆଯାଇଛି ା ପୀଡିତା ନାବାଳିକାଙ୍କୁ ଉଦ୍ଧାର ପାଇଁ ବିଭିନ୍ନ ଦିଗରୁ ଉଦ୍ୟମ ଚାଲିଥିବା ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀବତ୍ସ ଜେନା କହିଛନ୍ତି। ସୂଚନା ଅନୁଯାୟୀ ନାବାଳିକାଙ୍କୁ ରଖାଯାଇଥିବା ଅନୁଷ୍ଠାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି ଥିଲା ା ୩ ଜଣ ସୁରକ୍ଷା କର୍ମୀ ସେଠାରେ ମୁତୟନ କରାଯାଇଥିଲା ା ସବୁଠି ସିସିଟିଭି କ୍ୟାମେରା ଲଗାଯାଇଥିଲା ା ଏହାପରେ ବି ନାବାଳିକା ଜଣକ ପଛ ପାଚେରି ଡେଇଁ ଫେରାର ହୋଇଯିବା ଘଟଣା ବିବାଦ ସୃଷ୍ଟି କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri