ବୀରମିତ୍ରପୁର ଥାନା ନାବାଳିକା ବଳାତ୍କାର, ଗର୍ଭପାତ ଘଟଣା: ପାଚେରି ଡେଇଁ ପୀଡ଼ିତା ନାବାଳିକା ଫେରାର

ସୁନ୍ଦରଗଡ଼,୨୪ା୧୦(ଡି.ଏନ.ଏ.)-ଗତ ଜୁନ୍‌ ମାସରେ ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଘଟିଥିବା ନାବାଳିକା ବଳାତ୍କାର ଓ ଗର୍ଭପାତ ଘଟଣା ନୂଆ ମୋଡ଼ ନେଇଛି ା ଏହି ଘଟଣା ପରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ସୁରକ୍ଷା ଦୃଷ୍ଟିରୁ ଗତ ଜୁଲାଇ ୧୧ରେ ରାଉରକେଲା ଛେଣ୍ଡସ୍ଥିତ ଶିଶୁ ଯତ୍ନକାରୀ ଅନୁଷ୍ଠାନରେ ରଖାଯାଇଥିଲା ା ଗତ ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ବେଳେ ସେ ସେଠାରୁ ପାଚେରି ଡେଇଁ ଫେରାର୍‌ ହୋଇଯାଇଛନ୍ତି। ଏହା ଜଣାପଡିବା ପରେ ଅନୁଷ୍ଠାନ ପକ୍ଷରୁ ଶିଶୁ ସୁରକ୍ଷା ସମିତିକୁ ଅବଗତ କରାଯାଇଥିଲା ା ପରେ ଏ ସଂକ୍ରାନ୍ତରେ ଛେଣ୍ଡ ଥାନାରେ ଅଭିଯୋଗ କରାଯାଇଛି ା ପୋଲିସ ପକ୍ଷରୁ ତନାଘନା ଆରମ୍ଭ ହୋଇଛି ା ଏପରି କି ଚାଇଲ୍ଡ ଲାଇନ ଓ ରେଲଓ୍ବେ ଚାଇଲ୍ଡ ଲାଇନକୁ ଏ ସଂକ୍ରାନ୍ତରେ ସୂଚନା ଦିଆଯାଇଛି ା ପୀଡିତା ନାବାଳିକାଙ୍କୁ ଉଦ୍ଧାର ପାଇଁ ବିଭିନ୍ନ ଦିଗରୁ ଉଦ୍ୟମ ଚାଲିଥିବା ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀବତ୍ସ ଜେନା କହିଛନ୍ତି। ସୂଚନା ଅନୁଯାୟୀ ନାବାଳିକାଙ୍କୁ ରଖାଯାଇଥିବା ଅନୁଷ୍ଠାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି ଥିଲା ା ୩ ଜଣ ସୁରକ୍ଷା କର୍ମୀ ସେଠାରେ ମୁତୟନ କରାଯାଇଥିଲା ା ସବୁଠି ସିସିଟିଭି କ୍ୟାମେରା ଲଗାଯାଇଥିଲା ା ଏହାପରେ ବି ନାବାଳିକା ଜଣକ ପଛ ପାଚେରି ଡେଇଁ ଫେରାର ହୋଇଯିବା ଘଟଣା ବିବାଦ ସୃଷ୍ଟି କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri