ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଜିଲାପାଳ

ବରଗଡ଼ ଅଫିସ, ୨୩।୧: ବରଗଡ଼ରେ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଗୁରୁବାର ପାଳିତ ହୋଇଛି। ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସ୍ଥାନୀୟ ଗାନ୍ଧୀଛକ ନିକଟରେ ଥିବା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏଥିସହ ମହାତ୍ମା ଗାନ୍ଧୀ ଓ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ଜିଲାପାଳ ମାଲ୍ୟାର୍ପଣ କରିଛନ୍ତି। ଏହି ଅବସରରେ ଉପଜିଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ପ୍ରମୁଖ ସାମିଲ ହୋଇଥିଲେ।