ବୁଗୁଡ଼ାରେ ଶଟ୍‌ଡାଉନ୍‌ର ପ୍ରଭାବ: ରାସ୍ତାଘାଟ ଶୂନ୍‌ଶାନ୍‌

ବୁଗୁଡ଼ା,୨୦ା୬(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଗଞ୍ଜାମ ଜିଲାରେ ଶନିବାର ଓ ରବିବାର ଦୁଇଦିନିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ତେବେ ଏହି ପରିପ୍ରେକ୍ଷୀରେ ବୁଗୁଡ଼ା ସହରକୁ ଶଟ୍‌ଡାଉନ୍‌ କରାଯାଇଥିଲା। ଫଳରେ ସହରରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ଭାବେ ବନ୍ଦ ହେବା ସହ ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। କେବଳ ଔଷଧ ଦୋକାନକୁ ଛାଡ଼ି ସହରରେ ସମସ୍ତ ଦୋକାନ ବଜାର ବନ୍ଦ ହୋଇଥିବା ଦେଖିବାକୁ ମିଳିଥିଲା। ସହରରେ
ତହସିଲଦାର ସଂଗ୍ରାମ କେଶରୀ ଜେନା, ଏନ୍‌ଏସି ନିର୍ବାହୀ ଅଧିକାରୀ ରଶ୍ମୀରଞ୍ଜନ ଦାଶ ଏବଂ ପୋଲିସ ପ୍ରଶାସନ ବିଭିନ୍ନ ସ୍ଥାନରେ ଉପସ୍ଥିତ ରହି ପରିସ୍ଥିତି ପ୍ରତି ସମ୍ପୂର୍ଣ୍ଣ ନଜର ରଖିଛନ୍ତି। ଏଥିସହିତ ନିୟମ ଭଙ୍ଗ କରିଥିବା ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri