ବୁଡିଲା ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଡଙ୍ଗା: ୧୪ ମୃତ

ଢ଼ାକା,୧୧।୨: ଦକ୍ଷିଣ ବାଲାଂଦେଶ ନିକଟରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇକି ଯାଉଥିବା ଏକ ଡଙ୍ଗା ମଙ୍ଗଳବାର ସକାଳେ ବୁଡ଼ି ଯାଇଛି। ଏହି ଦୁର୍ଘଟଣାରେ ୭୦ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ୧୪ଜଣଙ୍କ ମୃତ୍ୟୁ ହୋଇଛି। ଆଉ କେତେକ ବ୍ୟକ୍ତି ଏବେ ବି ନିଖୋଜ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ୨୦୧୭ରେ ମ୍ୟାନମାର ସେନାଙ୍କ କାର୍ଯ୍ୟାନୁଷ୍ଠାନ ଭୟରେ ପଳାଇ ଆସିଥିବା ୭ଲକ୍ଷରୁ ଊର୍ଦ୍ଧ୍ୱ ରୋହିଙ୍ଗ୍ୟା ଲୋକ ବାଲାଂଦେଶର କୋକ୍ସ ବଜାରରେ ଥିବା ଏକ ଶିବିରରେ ଶରଣ ନେଇଥିଲେ। ସେଠାରେ ରହୁଥିବା ପ୍ରାୟ ୧୩୦ଜଣ ଶରଣାର୍ଥୀ ବାଲାଂଦେଶ ଉପକୂଳରୁ ମାଲେସିଆ ଅଭିମୂଖେ ଯାଉଥିବା ନୌକାରେ ଯାତ୍ରା କରୁଥିଲେ। ତେବେ ନଭେମ୍ବରରୁ ମାର୍ଚ୍ଚ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ଏହି ଦୁର୍ଘଟଣା ଘଟିଥିବା ତଟରକ୍ଷୀ ଅଧିକାରୀ ସୂଚନା ଦେଇଛନ୍ତି। ଅପରପକ୍ଷେ ଘଟଣାସ୍ଥଳରେ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri