ବୁଥ୍‌ ବାହାରେ କଂଗ୍ରେସ ପ୍ରାର୍ଥୀଙ୍କ ଦାଦାଗିରି

ରାଞ୍ଚି,୩୦।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟର ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଏଠାରେ ୧୩ଟି ଆସନ ପାଇଁ ପ୍ରାୟ ୪,୮୯୨ଟି କେନ୍ଦ୍ରରେ ମତଦାନ ଚାଲିଛି। ଏହାରି ଭିତରେ ପଲାମୁ ଜିଲାର କୋସିୟାରା ଗାଁର ଏକ ମତଦାନକେନ୍ଦ୍ର ବାହାରେ କଂଗ୍ରେସ ଓ ଭାଜପା ସମର୍ଥକ ମୁହାଁମୁହିଁ ହୋଇଥିଲେ। ସେହି ସମୟରେ କଂଗ୍ରେସର ପ୍ରାର୍ଥୀ କେ.ଏନ୍‌ ତ୍ରୀପାଠି ହାତରେ ବନ୍ଧୁକ ଧରି ସମସ୍ତଙ୍କୁ ଭୟଭୀତ କରାଇଥିବା ଦେଖିବାକୁ ମିଳିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଭାଜପାର ସମର୍ଥକମାନେ ବୁଥ୍‌ ଭିତରକୁ ଯିବା ପାଇଁ ତ୍ରୀପାଠିଙ୍କୁ ଅଟକାଇଥିଲେ। ଏହାପରେ ଦୁଇ ଦଳ ମଧ୍ୟରେ ବଚସା ହେବା ସହ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। କିଛି ସମୟ ପରେ ତ୍ରୀପାଠି ହାତରେ ବନ୍ଧୁକ ଧରି ସମସ୍ତଙ୍କୁ ଭୟଭୀତ କରାଉଥିବା ବେଳେ ସେଠାରେ ସୁରକ୍ଷାକର୍ମୀ ପହଞ୍ଚି ମାମଲାକୁ ଶାନ୍ତ କରିବାକୁ ଚେଷ୍ଟା କରିଥିଲେ। ତେବେ ଏହି ଘଟଣାରେ ନିର୍ବାଚନ କମିଶନର ଅବଗତ ହେବା ସହ ଜିଲା ପ୍ରଶାସନକୁ ଏନେଇ ରିପୋର୍ଟ ତଲବ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri