ବୁଦ୍ଧଖୋଲ ମହୋତ୍ସବ ଉଦ୍‌ଘାଟିତ: ନାଚଗୀତରେ ଝୁମିଲେ ଦର୍ଶକ

ବୁଗୁଡ଼ା,୧୨ା୧(ଡି.ଏନ.ଏ.)-ବୁଗୁଡ଼ା ବୁଦ୍ଧଖୋଲ ମହୋତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ ସମିତି ସଭାପତି ତଥା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବକୁ ବିଜ୍ଞାନ ଓ କାରିଗରୀ କୌଶଳ ସାଧାରଣ ଉଦ୍ୟୋଗ ତଥା ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍‌ଘାଟନ କରିବା ସହ ଭାରତର ମାନଚିତ୍ରରେ ବୁଦ୍ଧଖୋଲ ପର୍ଯ୍ୟଟନସ୍ଥଳୀକୁ ବିଶେଷ ମାନ୍ୟତା ଦେବା ପାଇଁ ସୂଚନା ଦେଇଥିଲେ। ଏଥିସହ ବୁଦ୍ଧଖୋଲ ପାହାଡ଼ରୁ ମନ୍ଦିର ଉପରକୁ ଯିବା ପାଇଁ ରୋପୱେ ସୁବିଧା କରାଯିବ ବୋଲି ପ୍ରକାଶ କରିଥିଲେ। ମହୋତ୍ସବରେ ଖଲ୍ଲିିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ ପ୍ରମୁଖ ଯୋଗଦେଇ ବୁଦ୍ଧଖୋଲକୁ ଆକର୍ଷଣୀୟ କରିବା ପାଇଁ ଏହାର ଉତ୍ତରୋତ୍ତର ଉନ୍ନତିର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିଲେ। ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସିନେ ତାରକା ବିଜୟ ମହାନ୍ତି, ସଂଗୀତ ନିର୍ଦ୍ଦେଶକ ମନ୍ମଥ ମିଶ୍ର, ଆଶୁତୋଷ ମହାନ୍ତି ଓ ଶ୍ରୀଦାତା ଉପାଧ୍ୟାୟ ପ୍ରମୁଖ ଯୋଗ ଦେଇଥିଲେ। ଶେଷରେ ଉନ୍ନୟନ ସମିତି ସମ୍ପାଦକ ସୁରେଶ ଚନ୍ଦ୍ର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ମହୋତ୍ସବରେ ବୁଦ୍ଧଖୋଲ ମହୋତ୍ସବ ନାମକ ଏକ ସ୍ମରଣିକାକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ, ଜିଲା ପରିଷଦ ସଭ୍ୟ ଭୁବନେଶ୍ୱରୀ ଖଟାଇ, ସଭ୍ୟ ରେବତୀ ମୋହନ ନାୟକ, ପୂର୍ବତନ ଉପନଗରପାଳ ଚିତ୍ରସେନ ପ୍ରଧାନ, ଧରଣୀଧର ପଣ୍ଡା, କୋଷାଧ୍ୟକ୍ଷ କେ. ତ୍ରିଲୋଚନ ଦୋରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବିଭିନ୍ନ ଆଞ୍ଚଳିକ ଲୋକନୃତ୍ୟ ହିରଣ୍ୟ ପ୍ରହଲ୍ଲାଦ ନାଟକ, ଓଡ଼ିଶୀ ନୃତ୍ୟ, ସମ୍ବଲପୁରୀ ଆଦି ନୃତ୍ୟରେ ଦର୍ଶକ ଝୁମିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri