ବୁଦ୍ଧଖୋଲ ମହୋତ୍ସବ ଉଦ୍‌ଘାଟିତ: ନାଚଗୀତରେ ଝୁମିଲେ ଦର୍ଶକ

ବୁଗୁଡ଼ା,୧୨ା୧(ଡି.ଏନ.ଏ.)-ବୁଗୁଡ଼ା ବୁଦ୍ଧଖୋଲ ମହୋତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ ସମିତି ସଭାପତି ତଥା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବକୁ ବିଜ୍ଞାନ ଓ କାରିଗରୀ କୌଶଳ ସାଧାରଣ ଉଦ୍ୟୋଗ ତଥା ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍‌ଘାଟନ କରିବା ସହ ଭାରତର ମାନଚିତ୍ରରେ ବୁଦ୍ଧଖୋଲ ପର୍ଯ୍ୟଟନସ୍ଥଳୀକୁ ବିଶେଷ ମାନ୍ୟତା ଦେବା ପାଇଁ ସୂଚନା ଦେଇଥିଲେ। ଏଥିସହ ବୁଦ୍ଧଖୋଲ ପାହାଡ଼ରୁ ମନ୍ଦିର ଉପରକୁ ଯିବା ପାଇଁ ରୋପୱେ ସୁବିଧା କରାଯିବ ବୋଲି ପ୍ରକାଶ କରିଥିଲେ। ମହୋତ୍ସବରେ ଖଲ୍ଲିିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ ପ୍ରମୁଖ ଯୋଗଦେଇ ବୁଦ୍ଧଖୋଲକୁ ଆକର୍ଷଣୀୟ କରିବା ପାଇଁ ଏହାର ଉତ୍ତରୋତ୍ତର ଉନ୍ନତିର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିଲେ। ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସିନେ ତାରକା ବିଜୟ ମହାନ୍ତି, ସଂଗୀତ ନିର୍ଦ୍ଦେଶକ ମନ୍ମଥ ମିଶ୍ର, ଆଶୁତୋଷ ମହାନ୍ତି ଓ ଶ୍ରୀଦାତା ଉପାଧ୍ୟାୟ ପ୍ରମୁଖ ଯୋଗ ଦେଇଥିଲେ। ଶେଷରେ ଉନ୍ନୟନ ସମିତି ସମ୍ପାଦକ ସୁରେଶ ଚନ୍ଦ୍ର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ମହୋତ୍ସବରେ ବୁଦ୍ଧଖୋଲ ମହୋତ୍ସବ ନାମକ ଏକ ସ୍ମରଣିକାକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ, ଜିଲା ପରିଷଦ ସଭ୍ୟ ଭୁବନେଶ୍ୱରୀ ଖଟାଇ, ସଭ୍ୟ ରେବତୀ ମୋହନ ନାୟକ, ପୂର୍ବତନ ଉପନଗରପାଳ ଚିତ୍ରସେନ ପ୍ରଧାନ, ଧରଣୀଧର ପଣ୍ଡା, କୋଷାଧ୍ୟକ୍ଷ କେ. ତ୍ରିଲୋଚନ ଦୋରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବିଭିନ୍ନ ଆଞ୍ଚଳିକ ଲୋକନୃତ୍ୟ ହିରଣ୍ୟ ପ୍ରହଲ୍ଲାଦ ନାଟକ, ଓଡ଼ିଶୀ ନୃତ୍ୟ, ସମ୍ବଲପୁରୀ ଆଦି ନୃତ୍ୟରେ ଦର୍ଶକ ଝୁମିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri