ବୁଧବାର ନର୍ମଦାଞ୍ଚଳରେ ମୋଦିଙ୍କ ନିର୍ବାଚନୀ ସଭା: ଲାଗିବ ୩୮ ଏସି; ସ୍ପ୍ରେ ହେବ ଥଣ୍ଡା ପାଣି

ଭୋପାଳ,୨୮।୪: ମଧ୍ୟପ୍ରଦେଶ ନର୍ମଦାଞ୍ଚଳରେ ପଞ୍ଚମ ପର୍ଯ୍ୟାୟରେ ହେବ ଲୋକ ସଭା ନିର୍ବାଚନ। ମେ ୬ରେ ଏଠାରେ ମତଦାନ କରାଯିବ। ନିର୍ବାଚନୀ ପ୍ରଚାର ପାଇଁ ପ୍ରବଳ ଗରମ ସତ୍ତ୍ୱେ ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର(ମେ ୧) ଅପରାହ୍ନ ୪ଟାରେ ଏକ ସାଧାରଣ ସଭାରେ ଯୋଗଦେବେ। ଏଥି ପାଇଁ ମଞ୍ଚରେ ୩୮ଟି ଏସି ଲଗା ଯିବାର ବ୍ୟବସ୍ଥା ହୋଇଛି। ଏହା ସହିତ ଏୟାର କୁଲଡ୍‌ ଡୋମ୍‌ ମଧ୍ୟ ଲଗା ଯିବାର ବ୍ୟବସ୍ଥା ହୋଇଛି। ଏଠାରୁ ଲୋକଙ୍କ ଉପରେ ଥଣ୍ଡା ପାଣି ସ୍ପ୍ରେ କରାଯିବାର ବ୍ୟବସ୍ଥା କରାଯାଇଛି। ସ୍ଥାନୀୟ ଇଟାରସି ଗ୍ରାଉଣ୍ଡରେ ଏନେଇ ଆୟୋଜନ ଜୋର୍‌ସୋର୍‌ରେ ଜାରି ରହିଛି। ରେଲଓ୍ବେ ଇନଷ୍ଟିଚ୍ୟୁଟ୍‌ ମଇଦାନରେ ସଭା ପାଇଁ ଅନୁମତି ଲୋଡା ଯାଇଛି। ସଭାସ୍ଥଳରେ ୬୫ ହଜାର ଚେୟାର ପକାଯିବାର ବ୍ୟବସ୍ଥା ହୋଇଛି। ଲୋକଙ୍କୁ ସୁବିଧା ପାଇଁ ୪ ଲକ୍ଷ ଥଣ୍ଡା ପାଣି ପାଉଚ୍‌ ସଂରକ୍ଷିତ ରଖାଯାଇଛି। ସଭାସ୍ଥଳ ଠାରୁ ୩-୪ କିଲୋମିଟର ଦୂରରେ ହେଲିପ୍ୟାଡ଼ ପ୍ରସ୍ତୁତ କରାଯାଇଛି। ସଭା ପାଇଁ ସ୍ଥାନୀୟ ପୋଲିସ ପକ୍ଷରୁ ଭାଜପାଠାରୁ ଏନଓସି ଲୋଡାଯାଇଛି। ସଭା ରେଲଓ୍ବେ ଗ୍ରାଉଣ୍ଡରେ ହେଉଥିବାରୁ ଏପରି କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ପୁଣି କରୋନା ଭଳି ହେବ ଲକ୍‌ଡାଉନ! ଇବୋଲା ଭୂତାଣୁକୁ ନେଇ ଭାରତରେ ହାଇଆଲର୍ଟ: ଜାଣନ୍ତୁ ସରକାରଙ୍କ ଗାଇଡଲାଇନ

ନୂଆଦିଲ୍ଲୀ, ୨୬।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହିତ ଏକ ବୈଠକରେ ଇବୋଲା ନିବାରଣ, ନିରୀକ୍ଷଣ ଏବଂ ଜରୁରୀକାଳୀନ ପ୍ରତିକ୍ରିୟା ବ୍ୟବସ୍ଥା ସମୀକ୍ଷା କରାଯାଇଛି। କେନ୍ଦ୍ର…

କାହିଁକି ବିଜୟଙ୍କୁ ଈର୍ଷା କରୁଛନ୍ତି ପବନ କଲ୍ୟାଣ! ଅସଲ କଥା ଖୋଲି କହିଲେ ଉପ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୨୬।୫: ତାମିଲନାଡୁ ରାଜନୀତି କ୍ଷେତ୍ରରେ, ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଜବରଦସ୍ତ ବିଜୟ ଏବେ ଅନ୍ୟ ରାଜ୍ୟର ନେତାମାନଙ୍କ ମଧ୍ୟରେ ମଧ୍ୟ ଆଲୋଚନାର ବିଷୟ ପାଲଟିଛି। ଏହି…

ଯେ କୌଣସି ମୁହୂର୍ତ୍ତରେ ଆସିପାରେ ଖୁସି ଖବର! ଇରାନ ସହ ଡିଲ୍‌କୁ ନେଇ ୟୁ-ଟର୍ନ ନେଲେ ରୁବିଓ

ନୂଆଦିଲ୍ଲୀ,୨୬।୫: ଇରାନ ସହିତ ସମ୍ଭାବ୍ୟ ଚୁକ୍ତି ସମ୍ପର୍କରେ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ତାଙ୍କର ପୂର୍ବ ବକ୍ତବ୍ୟରୁ ଏକ ୟୁ-ଟର୍ନ ନେଇଛନ୍ତି। ପୂର୍ବରୁ, ସେ କହିଥିଲେ…

ଝିଅଙ୍କ ବିବାହକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ସୋମବାର, ସୁପ୍ରିମକୋର୍ଟ ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। କୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ଝିଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri