Inside pictures of Puri Jagannath Temple go viral again
ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୩ଟାରୁ ରାତି ୭ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ ବନ୍ଦ ରହିବ। କିନ୍ତୁ ଶ୍ରଦ୍ଧାଳୁମାନେ ବେଢା ପରିସର ଅନ୍ୟାନ୍ୟେ ମନ୍ଦିର ବୁଲି ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।