Posted inଜାତୀୟ

ବୁଧବାର ଭାରତ ବନ୍ଦ: କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ,୭ା୧: ୧୦ଟି ଟ୍ରେଡ ୟୁନିୟନ ପକ୍ଷରୁ ଆଗାମୀ ୮ତାରିଖରେ ଦେଶବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ସରକାରଙ୍କ ଜନବିରୋଧୀ ନୀତିକୁ ବିରୋଧ କରି ଏଭଳି ଭାରତ ବନ୍ଦ ଡାକରା ଦିଆଯାଇଥିବାବେଳେ ପ୍ରାୟ ୨୫ କୋଟି ଲୋକ ଏଥିରେ ଭାଗ ନେବେ ବୋଲି କୁହାଯାଇଛି। ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଆଇଟିୟୁ, ଏଆଇୟୁଟିୟୁସି, ଟିୟୁସିସି, ଏସ୍‌ଇଡବ୍ଲ୍ୟୁଏ, ଏଆଇସିସିଟିୟୁ, ଏଲ୍‌ପିଏଫ୍‌, ୟୁଟିୟୁସି ଟ୍ରେଡ ୟୁନିୟନ ସହ ବିଭିନ୍ନ ମହାସଂଘ ପକ୍ଷରୁ ବନ୍ଦକୁ ସଫଳ କରିବା ଲାଗି ଆହ୍ବାନ ଦିଆଯାଇଛି। ପ୍ରାୟ ୬୦ ଛାତ୍ର ସଙ୍ଗଠନ, କଂଗ୍ରେସ ଏହି ବନ୍ଦକୁ ସମର୍ଥନ କରିଛନ୍ତି। ସେପ୍ଟେମ୍ବର ଶେଷ ଭାଗରେ ଏନେଇ ବିଭିନ୍ନ ସଙ୍ଗଠନ ପକ୍ଷରୁ ଭାରତ ବନ୍ଦ ଲାଗି ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଶ୍ରମିକଙ୍କ ଦାବିକୁ ଶ୍ରମ ମନ୍ତ୍ରଣାଳୟ ଅଣଦେଖା କରିବା ପରେ ଗତ ୨ରେ ଏନେଇ ବୈଠକ ବସି ସର୍ବସମ୍ମତି କ୍ରମେ ଭାରତ ବନ୍ଦ ଲାଗି ଘୋଷଣା କରାଯାଇଥିଲା। ଦେଶରେ ଶ୍ରମିକ ଅଶାନ୍ତି, ଦରଦାମ ବୃଦ୍ଧି, ଛାତ୍ରୀଛାତ୍ରଙ୍କ ଫି ବୃଦ୍ଧି, ଛାତ୍ରୀଛାତ୍ରଙ୍କ ଉପରେ ଆକ୍ରମଣ, ସିଏଏ ଆଦିକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଛି। ଟ୍ରେଡ ୟୁନିୟନ ପକ୍ଷରୁ ଜେଏନ୍‌ୟୁ ଛାତ୍ରଙ୍କ ଉପରେ ହୋଇଥିବା ଆକ୍ରମଣକୁ ତୀବ୍ର ନିନ୍ଦା କରାଯାଇଛି। ୨୦୧୫ ପରଠାରୁ ଭାରତୀୟ ଶ୍ରମିକ ସଙ୍ଗଠନର ସମ୍ମିଳନୀ ନ ହେବା, ରେଳ ଓ ଜାତୀୟ ଉଦ୍ୟୋଗଗୁଡ଼ିକୁ ଘରୋଇକରଣ କରିବାକୁ ବିରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri