ବୁଧବାର ରାତି ୮ଟା ୨୦ରୁ ପାକତ୍ୟାଗ; ରାତିତମାମ ଉଜାଗର ରହିବେ ମହାପ୍ରଭୁ

ପୁରୀ ଅଫିସ, ୨୪ା୧୨: ଆସନ୍ତା ୨୬ ତାରିଖ ପୌଷ ଅମାବାସ୍ୟାରେ ହେବ ଖଣ୍ଡଗ୍ରାସ କେତୁଗ୍ରସ୍ତ ସୂର୍ଯ୍ୟୋପରାଗ। ଗୁରୁବାର ସକାଳ ୮ଘଣ୍ଟା ୨୦ ମିନିଟ୍‌ ୮ ସେକେଣ୍ଡରେ ପରାଗ ସ୍ପର୍ଶ ହୋଇ ୩ ଘଣ୍ଟା ୯ ମିନିଟ୍‌ ପର୍ଯ୍ୟନ୍ତ ରହିବ। ସକାଳ ୯ଟା ୪୬ ମିନିଟ ୭ ସେକେଣ୍ଡରେ ମୋକ୍ଷ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୨୯ ମିନିଟ୍‌ ୧୦ ସେକେଣ୍ଡରେ ସର୍ବମୋକ୍ଷ ହେବ। ତେବେ ପରାଗ ସ୍ପର୍ଶର ୧୨ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ବୁଧବାର ରାତି ୮ଟା ୨୦ ମିନିଟ୍‌ରୁ ଅନ୍ନଭୋଜନ, ପାକତ୍ୟାଗ ଓ ଦେବନୀତି ନିଷେଧ। ଶିଶୁ, ବୃଦ୍ଧ, ରୋଗୀମାନଙ୍କ ପକ୍ଷେ ଏହି ନିୟମ ଲଂଘନୀୟ। ସର୍ବମୋକ୍ଷ ପରେ ଦେବନୀତି, ପାକ ଓ ଅନ୍ନଭୋଜନ କରାଯାଇପାରିବ। ଏହି ପରାଗ ଦର୍ଶନ ମେଷ, ବୃଷ, ମିଥୁନ, ଧନୁ, ମକର, ମୀନ ଏହି ୬ ରାଶିର ବ୍ୟକ୍ତିମାନଙ୍କ ପାଇଁ ଅଶୁଭ। ସେହିପରି କର୍କଟ, ସିଂହ, କନ୍ୟା, ତୁଳା, ବିଛା ଓ କୁମ୍ଭ ରାଶିର ବ୍ୟକ୍ତିମାନଙ୍କ ନିମନ୍ତେ ପରାଗ ଦର୍ଶନ ଶୁଭ ବୋଲି କହିଛନ୍ତି ଗବେଷକ ଡ. ନରେଶ ଚନ୍ଦ୍ର ଦାଶ।

ଅନ୍ୟପକ୍ଷରେ ସୂର୍ଯ୍ୟୋପରାଗ ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତିନିର୍ଘଣ୍ଟ କରାଯାଇଛିି। ଚନ୍ଦ୍ରଗ୍ରହଣ ହେଉ ଅବା ସୂର୍ଯ୍ୟୋପରାଗ ସ୍ପର୍ଶ ସମୟରେ କୌଣସି ଦେବଦେବୀ ମନ୍ଦିରରେ ଦେବନୀତି କରାଯାଏ ନାହି। ଶ୍ରୀମନ୍ଦିରରେ କିନ୍ତୁ ଏହାର ବ୍ୟତିକ୍ରମ ଦେଖିବାକୁ ମିଳେ। ଯେହେତୁ ଶ୍ରୀଜଗନ୍ନାଥ ମହାପ୍ରଭୁ ହେଉଛନ୍ତି ଗ୍ରହରୂପୀ ଜନାର୍ଦ୍ଦନ, ତେଣୁ ତାଙ୍କର ଗ୍ରହଣ କିମ୍ବା ପରାଗ ସ୍ପର୍ଶ ପରେ ଦେବନୀତି ଆରମ୍ଭ ହୋଇଥାଏ। ଏହିଦିନ ମହାସ୍ନାନ ଓ ଖଇକୋରା ଭୋଗ ସହ ବିଶେଷ ନୀତି ଅନୁଷ୍ଠିତ ହୋଇଥାଏ। ତେବେ ସୂର୍ଯ୍ୟୋପରାଗ ପରିପ୍ରେକ୍ଷୀରେ ଗୁରୁବାର ରାତିରେ ଶ୍ରୀମନ୍ଦିରରେ ପହୁଡ଼ ହେବ ନାହିଁ। ଅର୍ଥାତ୍‌ ରାତିତମାମ ଉଜାଗର ରହିବେ ମହାପ୍ରଭୁ। ଶ୍ରଦ୍ଧାଳୁମାନେ ବି ଦାରୁବିଗ୍ରହଙ୍କୁ ଦର୍ଶନ କରିପାରିବେ। ୨୬ ତାରିଖ ସକାଳେ ପରାଗ ସ୍ପର୍ଶ ପରେ ମହାପ୍ରଭୁଙ୍କର ପରାଗ ମହାସ୍ନାନ, ତଡ଼ପ ମଇଲମ ବେଶ, ମଙ୍ଗଳ ଆଳତି, ଅବକାଶ, ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ପରାଗ ସାଦା ବେଶ ପରେ ପରାଗ ଭୋଗ, ମଇଲମ ବେଶ, ଗୋପାଳବଲ୍ଲଭ, ପହିଲି ଭୋଗ ଓ ସକାଳ ଧୂପ ନୀତି ହେବ। ଏହାପରେ ଗୁରୁବାର ମାଜଣା ଓ ଏକାନ୍ତ ଆଦି ଅନ୍ୟାନ୍ୟ ନୀତି କରାଯିବା ଲାଗି ନିର୍ଘଣ୍ଟ ହୋଇଛିି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri