Posted inଖେଳ

ବୁମ୍‌ରା ବାଦ୍‌, ଉମେଶ ବଦଳ ଖେଳାଳି

ନୂଆଦିଲ୍ଲୀ,୨୫।୯(ପି.ଟି.)- ଅକ୍ଟୋବର ୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରୁ ଭାରତୀୟ ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ବାଦ୍‌ ପଡିଛନ୍ତି। ଫଳରେ ଭାରତର ପ୍ରସ୍ତୁତିକୁ ଝଟ୍‌କା ଲାଗିଛି। ପିଠିର ନିମ୍ନ ଭାଗରେ ଷ୍ଟ୍ରେସ୍‌ ଫ୍ରାକଚର କାରଣରୁ ବୁମ୍‌ରା ଏହି ସିରିଜରୁ ବାଦ୍‌ ପଡିଛନ୍ତି। ତାଙ୍କ ସ୍ଥାନରେ ଦ୍ରୁତ ବୋଲର ଉମେଶ ଯାଦବଙ୍କୁ ଦଳରେ ସାମିଲ କରାଯାଇଛି। ଏହି ସିରିଜରେ ୩ଟି ଟେଷ୍ଟ ମ୍ୟାଚ୍‌ ଖେଳାଯିବ।
ନିୟମିତ ଭାବେ କରାଯାଉଥିବା ରେଡିଓଲୋଜିକାଲ ସ୍କ୍ରିନିଂ ଅବସରରେ ବୁମ୍‌ରାଙ୍କ ଏହି ଇଞ୍ଜୁରି ଥିବା ଜଣାପଡିଥିଲା। ଏବେ ସେ ବେଙ୍ଗାଲୁରୁସ୍ଥିତ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ରେ ଚିକିତ୍ସା କରାଇବେ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମେଡିକାଲ ଟିମ୍‌ ବୁମ୍‌ରାଙ୍କ ଇଞ୍ଜୁରିର ତଦାରଖ ବା ଯାଞ୍ଚ୍‌ କରିବ। ବୁମ୍‌ରାଙ୍କ ବଦଳ ଖେଳାଳିଭାବେ ଯାଦବଙ୍କୁ ଦଳରେ ସାମିଲ କରାଯାଇଛି ବୋଲି ସିନିୟର ଚୟନ କମିଟି ସୂଚାନ ଦେଇଛି। ୨୦୧୮ ଡିସେମ୍ବରରେ ଯାଦବ ଶେଷଥର ପାଇଁ ଟେଷ୍ଟ ଖେଳିଥିଲେ। ସଦ୍ୟ ସମାପ୍ତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜରେ ମଧ୍ୟ ବୁମ୍‌ରାଙ୍କୁ ବିଶ୍ରାମ ଦିଆଯାଇଥିଲା। ଏହି ସିିରିଜ ୧-୧ରେ ଡ୍ର ରହିଥିଲା। ଗତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଟେଷ୍ଟ ସିରିଜରେ ବୁମ୍‌ରା ଶେଷ ଥର ପାଇଁ ଖେଳିଥିଲେ। ହ୍ୟାଟ୍ରିକ ନେବା ସହ ୨୫ ବର୍ଷୀୟ ବୁମ୍‌ରା ଦୁଇଟି ଟେଷ୍ଟରୁ ୧୩ଟି ଉଇକେଟ ଅକ୍ତିଆର କରିଥିଲେ। ଟେଷ୍ଟରେ ଦ୍ରୁତତମ ଭାରତୀୟ ବୋଲର ଭାବେ ବୁମ୍‌ରା ୫୦ ଉଇକେଟ ଅକ୍ତିଆର କରିଛନ୍ତି। ମାତ୍ର ୧୧ଟି ମ୍ୟାଚ୍‌ ଖେଳି ବୁମ୍‌ରା ଏହି ମାଇଲଖୁଣ୍ଟ ଅତିକ୍ରମ କରିଥିଲେ। ତାଙ୍କ ପୂର୍ବରୁ ଭେଙ୍କଟେଶ ପ୍ରସାଦ ଓ ମହମ୍ମଦ ସାମି ୧୩ଟି ମ୍ୟାଚ୍‌ ଖେଳି ୫୦ ଉଇକେଟ ହାସଲ କରିଥିଲେ।
ଅପରପକ୍ଷରେ ୩୧ ବର୍ଷୀୟ ଯାଦବ ଏପର୍ଯ୍ୟନ୍ତ ୪୧ଟି ଟେଷ୍ଟ ଖେଳି ୩୩.୪୭ ରନ ହାରରେ ୧୧୯ଟି ଉଇକେଟ ହାସଲ କରିଛନ୍ତି। ବିଶାଖାପାଟନାରେ ପ୍ରଥମ ଟେଷ୍ଟ ଆସନ୍ତ ୨ ତାରିଖରୁ ଆରମ୍ଭ ହେବ। ସେହିପରି ପୁଣେରେ ଦ୍ୱିତୀୟ ଟେଷ୍ଟ ୧୦ରୁ ୧୪ ତାରିଖ ମଧ୍ୟରେ ଖେଳାଯିବ। ରାଞ୍ଚିରେ ତୃତୀୟ ଟେଷ୍ଟ ୧୯ରୁ ଆରମ୍ଭ ହୋଇ ୨୩ ତାରିଖରେ ଶେଷ ହେବ।
ପରିବର୍ତ୍ତିତ ଭାରତୀୟ ଟେଷ୍ଟ ଦଳ: ବିରାଟ କୋହଲି (ଅଧିନାୟକ), ମୟଙ୍କ ଅଗ୍ରଓ୍ବାଲ, ରୋହିତ ଶର୍ମା, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେ, ହନୁମା ବିହାରୀ, ରିଦ୍ଧିମାନ ଶାହା, ରବିଚନ୍ଦ୍ରନ ଅଶ୍ୱିନ୍‌, ରବୀନ୍ଦ୍ର ଜାଡେଜା, କୁଲଦୀବ ଯାଦବ, ମହମ୍ମଦ ସାମି, ଉମେଶ ଯାଦବ, ଇଶାନ୍ତ ଶର୍ମା ଓ ଶୁବମନ ଗିଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri