ବୁର୍ଜ ଖଲିଫା ସାମ୍ନାରେ ପ୍ରେମିକାଙ୍କୁ ପ୍ରପୋଜ କଲେ ଏହି ଅଭିନେତା

ମୁମ୍ବାଇ: ୯୦ ଦଶକର ପ୍ରସିଦ୍ଧ ଟିଭି ଅଭିନେତା ଅଲି ମର୍ଚାଣ୍ଟ ତାଙ୍କ ବୃତ୍ତିଗତ ଜୀବନ ଅପେକ୍ଷା ବ୍ୟକ୍ତିଗତ ଜୀବନ ପାଇଁ ଆଜିକାଲି ପୁଣିଥରେ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଅଭିନେତା ତାଙ୍କ ନୂଆ ପ୍ରେମ ବିଷୟରେ ପ୍ରକାଶ କରିଛନ୍ତି।

ଅଲି ଏବେ ତାଙ୍କ ଗର୍ଲଫ୍ରେଣ୍ଡ ଆଣ୍ଡଲିବ୍‌ ଜୈଦୀଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଅଲି ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ତାଙ୍କ ଗର୍ଲଫ୍ରେଣ୍ଡଙ୍କୁ ପ୍ରପୋଜ କରୁଥିବାର ନଜର ଆସିଛନ୍ତି।
ଅଲି ବୁଧବାର ତାଙ୍କ ଇନ୍‌ଷ୍ଟାଗ୍ରାମରେ ଗର୍ଲଫ୍ରେଣ୍ଡ ଆଣ୍ଡଲିବ୍‌ଙ୍କ ସହ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଅଲି ତାଙ୍କ ଲେଡି ଲଭ୍‌ଙ୍କୁ ପ୍ରସ୍ତାବ ଦେଉଥିବାର ନଜର ଆସିଛନ୍ତି। ବୁର୍ଜ ଖଲିଫା ନିକଟ ଦୁବାଇର ସୁନ୍ଦର ସ୍ଥାନରେ ଏହି ଅଭିନେତା ତାଙ୍କ ପ୍ରେମିକାଙ୍କୁ ଏକ ବିଶେଷ ଢଙ୍ଗରେ ପ୍ରପୋଜ କରିଛନ୍ତି। ସେ ଏକ ଡଙ୍ଗାରେ ତାଙ୍କ ପ୍ରେମିକାଙ୍କୁ ରିଙ୍ଗ ଦେଉଥିବାର ନଜର ଆସିଛନ୍ତି। ଭିଡିଓରେ କ୍ୟାପଶନ ଲେଖାଯାଇଛି, ସେ ହଁ କହିଛନ୍ତି।

କହିରଖୁଛୁ, ଅଲି ପୂର୍ବରୁ ଦୁଇଥର ବିବାହ କରିଛନ୍ତି। ତେବେ ଏହି ଦୁଇ ବିବାହ ଅଧିକ ଦିନ ରହିଲା ନାହିଁ ଏବଂ ଛାଡ଼ପତ୍ରରେ ଶେଷ ହେଲା। ତାଙ୍କର ପ୍ରଥମ ବିବାହ ବିଗ୍‌ବସ୍‌ ଘରେ ସାରା ଖାନ୍‌ଙ୍କ ସହ ହୋଇଥିଲା। ଶୋ’ରୁ ବାହାରିବା ପରେ ଦୁହେଁ ପୂରା ରୀତିନୀତି ସହିତ ବିବାହ କରିଥିଲେ। କିନ୍ତୁ ଦୁଇ ମାସ ପରେ ଉଭୟଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଯାଇଥିଲା। ଏହା ପରେ ୨୦୧୬ରେ ଅଲି ଅନମ ମର୍ଚାଣ୍ଟଙ୍କୁ ବିବାହ କରିଥିଲେ, ଏହା ମଧ୍ୟ ବେଶି ଦିନ ରହିଲା ନାହିଁ ଏବଂ ୨୦୨୧ରେ ଉଭୟଙ୍କର ଛାଡ଼ପତ୍ର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri