‘ବୁଲ୍‌ବୁଲ୍‌’ ପ୍ରଭାବ: ଧାମରା ବନ୍ଦରରେ ଓଲଟିଲା ଡଙ୍ଗା, ଫସିଥିବା ୯ ଜଣଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଆରମ୍ଭ

ଚାନ୍ଦବାଲି,୯।୧୧(ଡି.ଏନ୍‌.ଏ.): ବାତ୍ୟା ‘ବୁଲ୍‌ବୁଲ୍‌’ର ଆଂଶିକ ପ୍ରଭାବ ପଡ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଥିଲେ ସୁଦ୍ଧା ଭଦ୍ରକରେ ଏହାର ପ୍ରଭାବ ବାରି ହୋଇପଡ଼ୁଛି। ବର୍ଷା ସାଙ୍ଗକୁ ଜୋରରେ ପବନ ବୋହୁଥିବାରୁ ଧାମରା ମୁହାଣରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଡଙ୍ଗା ଓଲଟି ପଡ଼ିଥିବା ସୂଚନା ମିଳିଛି। ତେବେ ଏଥିରେ ଥିବା ୯ଜଣ ମତ୍ସ୍ୟଜୀବୀ ଓ କର୍ମଚାରୀ ପହଁରି ପହଁରି ଧାମରା ମୁହାଣରେ ଥିବା କାଳିଭଞ୍ଜ ଡିଆଁ ଜଙ୍ଗଲରେ ଅଟକି ରହିଛନ୍ତି। ଓଲଟି ପଡ଼ିଥିବା ଡଙ୍ଗାଟି ସ୍ଥାନୀୟ ଧାମରା ଅଞ୍ଚଳର ଜଣେ ମତ୍ସ୍ୟଜୀବୀଙ୍କର ବୋଲି ଜଣାପଡ଼ିଛି। ପବନ ଯୋଗୁ ବୋଟ୍‌ ସହାୟତାରେ ସେଠାରେ ପହଞ୍ଚିବା ସମ୍ଭବ ହୋଇନାହିଁ। ତହସିଲଦାର, ଧାମରା ଥାନା ଓ ମେରାଇନ୍‌ ଥାନା ପକ୍ଷରୁ ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଓଡ୍ରାଫ୍‌ ଟିମ୍‌ର ସହାୟତା ନିଆଯାଇଛି। ମାତ୍ର ଅଦ୍ୟାବଧି ବିପନ୍ନଙ୍କ ନିକଟରେ କୌଣସି ସହାୟତା ପହଞ୍ଚତ୍ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri