ବୁଲାଗୋରୁଙ୍କୁ ରାସ୍ତାରୁ ଉଠାଇନେଲେ

ବୁଗୁଡ଼ା,୨ା୯(କାଳି ଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ସହରର ରାଜରାସ୍ତା ସାଙ୍ଗକୁ ବିଭିନ୍ନ ସାହିରେ ଗାଈଗୋରୁଙ୍କ ଅବାଧ ବିଚରଣକୁ ନେଇ ଜନସାଧାରଣ ଅସନ୍ତୋଷ ବ୍ୟକ୍ତ କରୁଥିଲେ। ଏନେଇ ଏନ୍‌ଏସି ପ୍ରଶାସନ ପକ୍ଷରୁ ଦୀର୍ଘ ଦିନ ଧରି ଡାକବାଜି ଯନ୍ତ୍ର ଯୋଗେ ଅମାନିଆ ଗୋପାଳକଙ୍କୁ ନିଜ ଗାଈଗୋରୁଙ୍କୁ ବାହାରକୁ ନ ଛାଡ଼ିବା ପାଇଁ ନିବେଦନ କରାଯାଉଥିଲା। ହେଲେ କୌଣସି ସୁଫଳ ନ ମିଳିବାରୁ ଏନ୍‌ଏସି କର୍ତ୍ତୃପକ୍ଷ କାଓ କ୍ୟାଚର୍‌ ଗାଡ଼ି ଯୋଗେ ରାସ୍ତାରୁ ଗାଈଗୋରୁଙ୍କୁ ଉଠାଇ ନେଇଛି।
ଅନ୍ୟପକ୍ଷେ ବୁଗୁଡ଼ା ସହରର ରାସ୍ତାଘାଟ ଗାଈଗୋରୁଙ୍କ କବ୍‌ଜାରେ ରହୁଥିବା ଯୋଗୁ ବିଭିନ୍ନ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଥିଲା। ଏପରିକି ରୋଗୀଙ୍କୁ ଧରି ଯାଉଥିବା ଆମ୍ବୁଲାନ୍ସ ମଧ୍ୟ ରାସ୍ତା ନ ପାଇ ଅଟକି ରହୁଥିବା ଦୃଶ୍ୟ ଦେଖିବାକୁ ମିଳୁଥିଲା। ଅମାନିଆ ତଥା ଅସଚେତନ ଗୋପାଳକଙ୍କ ଅବିବେକୀ ଚିନ୍ତାଧାରା ଯୋଗୁ ରାସ୍ତାରେ ଗୋରୁ ମାଳ ମାଳ ବିଚରଣ ସାଙ୍ଗକୁ ଅକଥନୀୟ ଦୌରାତ୍ମ୍ୟ ବୃଦ୍ଧି ହେତୁ ଏନଏସି ପ୍ରଶାସନ ଜନସାଧାରଣଙ୍କ ଆକ୍ରୋଶର ଶିକାର ହେଉଥିଲା। ଏନ୍‌ଏସି ପ୍ରଶାସନ ପକ୍ଷରୁ ରାସ୍ତାରୁ ଗାଈଗୋରୁଙ୍କୁ ଉଠାଇନେବା ପଦକ୍ଷେପକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଥିବା ବେଳେ ବୁଲା ଗାଈଗୋରୁଙ୍କୁ ଉଠାଇ ନେଇ ଏନ୍‌ଏସି ଅନ୍ତର୍ଗତ କାଦପଡା ଗୋଶାଳାରେ ରଖାଯାଉଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri