ବୁଲା ପ୍ରାଣୀଙ୍କ ଖାଇବା ଲାଗି ସରକାର ଖର୍ଚ୍ଚ କରିବେ ୮୦ଲକ୍ଷ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାସ୍ତାରେ ବୁଲୁଥିବା କୁକୁର ଏବଂ ଅନ୍ୟ ପ୍ରାଣୀମାନଙ୍କ ଖାଇବା ଦାୟିତ୍ୱ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ସରକାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ଆଣି ଲକ୍‌ଡାଉନ ସମୟ ଶେଷ ହେବା ପର୍ଯ୍ୟନ୍ତ ବୁଲା ପଶୁଙ୍କୁ ଖାଦ୍ୟ ପ୍ରଦାନ କରିବେ। ମେ ୩ ତାରିଖ ପର୍ଯ୍ୟନ୍ତ ସରକାର ଖାଦ୍ୟ ପ୍ରଦାନ କରିବା ଲାଗି ଘୋଷଣା କରିଛନ୍ତି। ମତ୍ସ୍ୟ ସମ୍ପଦ ବିଭାଗ ସଚିବ ଆର୍‌. ରଘୁପ୍ରସାଦ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ମ୍ୟୁନିସିପାଲ କର୍ପୋରେଶନ, ୪୮ ମ୍ୟୁନିସିପାଲିଟି ଏବଂ ୬୧ ଏନ୍‌ଏସିରେ ଏହି ବ୍ୟବସ୍ଥା ଗ୍ରହଣ କରାଯିବ। ବୁଲା ପଶୁଙ୍କ ଖାଇବା ଲାଗି ମାନବ ସମ୍ବଳ, ଖାଦ୍ୟ ସରଞ୍ଜାମ ଆଦିର ବ୍ୟବସ୍ଥା ସରକାର କରିବେ। ଏହି ଦାୟିତ୍ୱ ଏନ୍‌ଜିଓ ଓ ପ୍ରାଣୀ ବିକାଶ ସଂସ୍ଥାକୁ ଯିବ। ଏହି କାର୍ଯ୍ୟ ଠିକ୍‌ରେ ପରିଚାଳନା କରିବାକୁ ୟୁଏଲ୍‌ବି(ଏନଏସି ଏବଂ ପୌରସଂସ୍ଥା) ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ କହିଛନ୍ତି। ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନ ଲାଗି ସରକାର ୩ଲକ୍ଷ ୮୦ହଜାର, ଅନ୍ୟ ମ୍ୟୁନିସିପାଲ କର୍ପୋରେଶନ ଲାଗି ୭ଲକ୍ଷ ୬୦ହଜାର, ମ୍ୟୁନିସିପାଲିଟି ପାଇଁ ୪୫ଲକ୍ଷ ୬୦ହଜାର ଏନ୍‌ଏସି ଲାଗି ୨୩ଲକ୍ଷ ୧୮ ହଜାର ଖର୍ଚ୍ଚ ହେବ। ଏହିପରି ସରକାର ମୋଟ ୮୦ଲକ୍ଷ ୧୮ ହଜାର ଟଙ୍କା ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri