ବୁଲା ପ୍ରାଣୀଙ୍କ ଖାଇବା ଲାଗି ସରକାର ଖର୍ଚ୍ଚ କରିବେ ୮୦ଲକ୍ଷ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାସ୍ତାରେ ବୁଲୁଥିବା କୁକୁର ଏବଂ ଅନ୍ୟ ପ୍ରାଣୀମାନଙ୍କ ଖାଇବା ଦାୟିତ୍ୱ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ସରକାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ଆଣି ଲକ୍‌ଡାଉନ ସମୟ ଶେଷ ହେବା ପର୍ଯ୍ୟନ୍ତ ବୁଲା ପଶୁଙ୍କୁ ଖାଦ୍ୟ ପ୍ରଦାନ କରିବେ। ମେ ୩ ତାରିଖ ପର୍ଯ୍ୟନ୍ତ ସରକାର ଖାଦ୍ୟ ପ୍ରଦାନ କରିବା ଲାଗି ଘୋଷଣା କରିଛନ୍ତି। ମତ୍ସ୍ୟ ସମ୍ପଦ ବିଭାଗ ସଚିବ ଆର୍‌. ରଘୁପ୍ରସାଦ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ମ୍ୟୁନିସିପାଲ କର୍ପୋରେଶନ, ୪୮ ମ୍ୟୁନିସିପାଲିଟି ଏବଂ ୬୧ ଏନ୍‌ଏସିରେ ଏହି ବ୍ୟବସ୍ଥା ଗ୍ରହଣ କରାଯିବ। ବୁଲା ପଶୁଙ୍କ ଖାଇବା ଲାଗି ମାନବ ସମ୍ବଳ, ଖାଦ୍ୟ ସରଞ୍ଜାମ ଆଦିର ବ୍ୟବସ୍ଥା ସରକାର କରିବେ। ଏହି ଦାୟିତ୍ୱ ଏନ୍‌ଜିଓ ଓ ପ୍ରାଣୀ ବିକାଶ ସଂସ୍ଥାକୁ ଯିବ। ଏହି କାର୍ଯ୍ୟ ଠିକ୍‌ରେ ପରିଚାଳନା କରିବାକୁ ୟୁଏଲ୍‌ବି(ଏନଏସି ଏବଂ ପୌରସଂସ୍ଥା) ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ କହିଛନ୍ତି। ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନ ଲାଗି ସରକାର ୩ଲକ୍ଷ ୮୦ହଜାର, ଅନ୍ୟ ମ୍ୟୁନିସିପାଲ କର୍ପୋରେଶନ ଲାଗି ୭ଲକ୍ଷ ୬୦ହଜାର, ମ୍ୟୁନିସିପାଲିଟି ପାଇଁ ୪୫ଲକ୍ଷ ୬୦ହଜାର ଏନ୍‌ଏସି ଲାଗି ୨୩ଲକ୍ଷ ୧୮ ହଜାର ଖର୍ଚ୍ଚ ହେବ। ଏହିପରି ସରକାର ମୋଟ ୮୦ଲକ୍ଷ ୧୮ ହଜାର ଟଙ୍କା ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri