ବୁଲିଲା ମୋ ସରକାର ଅଭିଯାନ ସଚେତନତା ରଥ

ବାରିପଦା ଅଫିସ,୧୮ା୧- ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଓ ଜିଲା ମଙ୍ଗଳ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମଗୁଡିକ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମୋ ସରକାର ଅଭିଯାନ ସଚେତନାତା ରଥ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଜନ କୁମାର ଥମ୍ବ ଯୋଗ ଦେଇ ସଚେତନତା ରଥ କାର୍ଯ୍ୟକ୍ରମକୁ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ମୋ ସରକାର ଅଭିଯାନରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ପଛୁଆ ବର୍ଗ ଓ ସଂଖ୍ୟା ଲଘୁ ବିଭାଗକୁ ଅନ୍ତର୍ଭୁକ୍ତ କରାଯାଇଛି। ଉକ୍ତ ବିଭାଗ ଯୋଜନା କାର୍ଯ୍ୟକ୍ରମରେ ଉକ୍ତ ବର୍ଗର ଜନସାଧାରଣଙ୍କ ଶିକ୍ଷା ଓ ସାମଜିକ ଅର୍ଥନୈତିକ ବିକାଶ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଉନ୍ନୟନ ତଥା ଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକ୍ରମ ଗୁଡିକ ସଫଳ ରୂପାୟନ ନିମନ୍ତେ ସଚେତନତା ରଥ କାର୍ଯ୍ୟକ୍ରମ ମାଧ୍ୟମରେ ଜିଲାର ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ୬ଟି ସତନ୍ତ୍ର ପ୍ରଚାର ଗାଡି (ସଚେତନତା ରଥ) ମାଧ୍ୟମରେ ବିଭାଗ ଯୋଜନା କାର୍ଯ୍ୟକ୍ରମ ସମ୍ପର୍କରେ ବ୍ୟାପକ ଜନ ସଚେତନତା କାର୍ଯ୍ୟକ୍ରମ ତ୍ୱରାନ୍ବିତ କରାଯାଉଛି। ମୋ ସରକାର ଅଭିଯାନରେ ଅନ୍ତର୍ଭୁକ୍ତ ହୋଇଥିବା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ପଛୁଆ ବର୍ଗ ସଂଖ୍ୟା ଲଘୁ ବିଭାଗ ଅନ୍ତର୍ଗତ ସ୍ବତନ୍ତ୍ର ଆଦିବାସୀ ଉନ୍ନୟନ ସଂସ୍ଥା ଓ ଜିଲା ମଙ୍ଗଳ କାର୍ଯ୍ୟାଳୟ ତତ୍ତ୍ୱାବଧାନରେ କାର୍ଯ୍ୟକାରୀ କରାଯାଉଥିବା ସମସ୍ତ ଉନ୍ନୟନ ପ୍ରକଳ୍ପ ଓ ଜନ କଲ୍ୟାଣ ମୂଳକ କାର୍ଯ୍ୟକ୍ରମ ଗୁଡିକ ଲୋକଙ୍କ ନିକଟରେ ଠିକ ଭାବେ ପହଞ୍ଚାଇବା ଦିଗରେ ୫-ଟି ସୂତ୍ର ଆଧାରରେ ବିଶେଷ ଫଳପ୍ରଦ ଉଦ୍ଦେଶ୍ୟ ନେଇ ସରକାର ଗୁରୁତ୍ୱ ଦେଇଛନ୍ତି। ଏହି ଅଭିଯାନ କାର୍ଯ୍ୟକ୍ରମକୁ ସମ୍ପୃକ୍ତ ବିଭାଗ କ୍ଷେତ୍ର ଅଧିକାରୀ ଓ କର୍ମଚାରୀମାନଙ୍କ ସହଯୋଗରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri