ବୁଲିଲା ମୋ ସରକାର ଅଭିଯାନ ସଚେତନତା ରଥ

ବାରିପଦା ଅଫିସ,୧୮ା୧- ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଓ ଜିଲା ମଙ୍ଗଳ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମଗୁଡିକ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମୋ ସରକାର ଅଭିଯାନ ସଚେତନାତା ରଥ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଜନ କୁମାର ଥମ୍ବ ଯୋଗ ଦେଇ ସଚେତନତା ରଥ କାର୍ଯ୍ୟକ୍ରମକୁ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ମୋ ସରକାର ଅଭିଯାନରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ପଛୁଆ ବର୍ଗ ଓ ସଂଖ୍ୟା ଲଘୁ ବିଭାଗକୁ ଅନ୍ତର୍ଭୁକ୍ତ କରାଯାଇଛି। ଉକ୍ତ ବିଭାଗ ଯୋଜନା କାର୍ଯ୍ୟକ୍ରମରେ ଉକ୍ତ ବର୍ଗର ଜନସାଧାରଣଙ୍କ ଶିକ୍ଷା ଓ ସାମଜିକ ଅର୍ଥନୈତିକ ବିକାଶ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଉନ୍ନୟନ ତଥା ଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକ୍ରମ ଗୁଡିକ ସଫଳ ରୂପାୟନ ନିମନ୍ତେ ସଚେତନତା ରଥ କାର୍ଯ୍ୟକ୍ରମ ମାଧ୍ୟମରେ ଜିଲାର ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ୬ଟି ସତନ୍ତ୍ର ପ୍ରଚାର ଗାଡି (ସଚେତନତା ରଥ) ମାଧ୍ୟମରେ ବିଭାଗ ଯୋଜନା କାର୍ଯ୍ୟକ୍ରମ ସମ୍ପର୍କରେ ବ୍ୟାପକ ଜନ ସଚେତନତା କାର୍ଯ୍ୟକ୍ରମ ତ୍ୱରାନ୍ବିତ କରାଯାଉଛି। ମୋ ସରକାର ଅଭିଯାନରେ ଅନ୍ତର୍ଭୁକ୍ତ ହୋଇଥିବା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ପଛୁଆ ବର୍ଗ ସଂଖ୍ୟା ଲଘୁ ବିଭାଗ ଅନ୍ତର୍ଗତ ସ୍ବତନ୍ତ୍ର ଆଦିବାସୀ ଉନ୍ନୟନ ସଂସ୍ଥା ଓ ଜିଲା ମଙ୍ଗଳ କାର୍ଯ୍ୟାଳୟ ତତ୍ତ୍ୱାବଧାନରେ କାର୍ଯ୍ୟକାରୀ କରାଯାଉଥିବା ସମସ୍ତ ଉନ୍ନୟନ ପ୍ରକଳ୍ପ ଓ ଜନ କଲ୍ୟାଣ ମୂଳକ କାର୍ଯ୍ୟକ୍ରମ ଗୁଡିକ ଲୋକଙ୍କ ନିକଟରେ ଠିକ ଭାବେ ପହଞ୍ଚାଇବା ଦିଗରେ ୫-ଟି ସୂତ୍ର ଆଧାରରେ ବିଶେଷ ଫଳପ୍ରଦ ଉଦ୍ଦେଶ୍ୟ ନେଇ ସରକାର ଗୁରୁତ୍ୱ ଦେଇଛନ୍ତି। ଏହି ଅଭିଯାନ କାର୍ଯ୍ୟକ୍ରମକୁ ସମ୍ପୃକ୍ତ ବିଭାଗ କ୍ଷେତ୍ର ଅଧିକାରୀ ଓ କର୍ମଚାରୀମାନଙ୍କ ସହଯୋଗରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri